ପୋଲିଂ ଅଧିକାରୀଙ୍କୁ ମତଦାନ ସୁଯୋଗ ମିଳୁ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭାରତୀୟ ସମ୍ବିଧାନରେ ମତଦାନ ହେଉଛି ନାଗରିକର ଗଣତାନ୍ତ୍ରିକ ଅଧିକାର। ଏଥିରୁ କାହାରିକୁ ବଞ୍ଚିତ କରାଯାଇପାରିବ ନାହିଁ। ଏପରିକି ନିର୍ବାଚନ କମିଶନଙ୍କ ମଧ୍ୟ ଏହି କ୍ଷମତା ନାହିଁ। ନିର୍ବାଚନ ପରିଚାଳନା ପାଇଁ ସରକାରୀ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟାରେ ମାନବ ସମ୍ବଳର ଆବଶ୍ୟକ ରହିଥାଏ। ନିର୍ବାଚନ ଦାୟିତ୍ୱରେ ଥିବା କାରଣରୁ ସେମାନେ ମତ ସାବ୍ୟସ୍ତ କରିପାରନ୍ତି ନାହିଁ। ତେଣୁ ସେମାନଙ୍କ ପାଇଁ ପୋଷ୍ଟାଲ ଭୋଟ୍‌ ବ୍ୟବସ୍ଥା କରାଯାଇଛି। କିନ୍ତୁ ରାଜ୍ୟରେ ଅନୁଷ୍ଠିତ ହେଉଥିବା ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପୋଲିଂ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଭୋଟ ଦେବାରୁ ବଞ୍ଚତ୍ତ କରାଯାଇଛି, ଯାହା ଏହା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ସମୟରୁ ଦଳ ଏହି ପ୍ରସଙ୍ଗରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରିଆସିଛି। ତଥାପି କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ତେଣୁ ବହୁସଂଖ୍ୟାରେ ଭୋଟର ମତଦାନରୁ ବଞ୍ଚିତ ହେବେ। ତେଣୁ ପୋଲିଂ ଦାୟିତ୍ୱରେ ଥିବା ସମସ୍ତ କର୍ମଚାରୀଙ୍କୁ ମତଦାନ ସୁଯୋଗ ଦେବାକୁ ଭାଜପା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri