ହେଲିକପ୍ଟରରେ ନୂଆପଡ଼ା ଯିବେ ପୋଲିଂ ପାର୍ଟି

ନୂଆପଡ଼ା,୧୦ା୧୧(ମକାରୁ ବେମାଲ): ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଅନୁଷ୍ଠିତ ହେବ ନୂଆପଡ଼ା ଉପନିର୍ବାଚନ। ଏନେଇ ପୋଲିଂ ପାର୍ଟି ହେଲିକପ୍ଟରରେ ନୂଆପଡ଼ା ଯିବେ ବୋଲି ବ୍ୟବସ୍ଥା କରାଯାଇଛି। ସୁନାବେଡ଼ା ପୋଲିଂ ପାର୍ଟି ପାଇଁ ୨ଟି ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରାଯାଇଛି। ଏହି ହେଲିକପ୍ଟର ଗୋତମା ଏୟାରପୋର୍ଟରୁ ସୋମବାର ୧୧.୩୦ରୁ ୧୧.୪୫ ମଧ୍ୟରେ ସୁନାବେଡ଼ା ଅଭିମୁଖେ ଉଡ଼ାଣ କରିବ। ମାଓବାଦୀ ପ୍ରବଳ ଅଞ୍ଚଳ ହୋଇଥିବାରୁ ଏଠାକୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରର ବ୍ୟବସ୍ଥା କରାଯାଇଛି।

ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳରେ ରହିଛି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ବୁଥ୍‌ ମଧ୍ୟରୁ ୮ଟି ଦୁର୍ଗମ ପାହାଡ଼ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଲା, ୩୨୦ ସୋସେଙ୍ଗ, ୩୨୧ ସୋସେଙ୍ଗ-୨, ୩୨୨ ଦେଓସିଲ, ୩୨୪ ସୁନାବେଡ଼ା-୧, ୩୨୫ ସୁନାବେଡ଼ା-୧(କ), ୩୨୬ ଜାମଗାଁ, ୩୨୭ ଗତିବେଡା ଓ ୩୨୮ ଗତିବେଡା-୨। ଏହିସବୁ ଭୋଟ କେନ୍ଦ୍ରକୁ ପୋଲିଂ ପାର୍ଟି ହେଲିକପ୍ଟର ଯୋଗେ ଯାଇ ଭୋଟ ଗ୍ରହଣ କରିବେ। ୮ଟି ବୁଥ ପାଇଁ ୪୮ ଜଣ ପୋଲିଂପାର୍ଟି ଯିବେ। ସେଠାରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟ ସାଧାରଣ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ଚାଲିବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri