ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଲଞ୍ଚ୍‌ରେ ସ୍ବାଭିମାନ ଅଞ୍ଚଳକୁ ଗଲେ ପୋଲିଂ ପାର୍ଟି

ଚିତ୍ରକୋଣ୍ଡା,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗୁରୁବାର ହେବ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ। ଚିତ୍ରକୋଣ୍ଡା ବ୍ଲକର ୧୮ଟି ପଞ୍ଚାୟତର ୨୨୨ଟି ଓ୍ବାର୍ଡର ୨୩୩ଟି ବୁଥ୍‌ରେ ୪୧୭୮୨ ଜଣ ଭୋଟର କରିବେ ମତଦାନ। ଏଥିପାଇଁ ଆଜିଠାରୁ କଡ଼ା ସୁରକ୍ଷା ଭିତରେ ଚିତ୍ରକୋଣ୍ଡା ଡାଏଟ୍‌ କଣ୍ଟ୍ରୋଲ ରୁମ୍‌ଠାରୁ ଜିଲା ଅଧିକାରୀ ମାଲକାନଗିରି ପିଡି ଡିଆରଡିଏ ବାଳମୁକୁନ୍ଦ ଭୂୟାଁ ଏବଂ ଉପଜିଲାପାଳ ଅକ୍ଷୟ ଖେମୁଡୁ, ଚିତ୍ରକୋଣ୍ଡା ବିଡିଓ ରାହୁଲ ମଣ୍ଡଳ ଓ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ଉପସ୍ଥିତିରେ ପୋଲିଂ ପାର୍ଟି ପୋଲିଂ ବକ୍ସ ଧରି ବାହାରି ନିଜ ନିଜ ବୁଥ୍‌କୁ ସକାଳ ୯ଟାରୁ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟଠାରୁ ବାଲିମେଳା ଜଳଭଣ୍ଡାର ମଧ୍ୟରେ ଲଞ୍ଚ ଯୋଗେ ଯନ୍ତ୍ରୀ ଓ ଅଣ୍ଡିରାପାଲି ପଞ୍ଚାୟତ ସହ ୩୮ଟି ଅତିସମ୍ବେଦନଶୀଳ ଦୁର୍ଗମ ଅଞ୍ଚଳକୁ ଯାଇଥିବା ଦେଖିବାକୁ ମିଳିଥିଲା। ଚିତ୍ରକୋଣ୍ଡା ଦୁଇଟି ଜୋନର ୭ଟି ଜିଲା ପରିଷଦ, ୬୨ ଜଣ ସରପଞ୍ଚ, ୪୫ଜଣ ସମିତିସଭ୍ୟ ଓ ୨୨୫ଜଣ ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କର ଏମିତି ମୋଟ୍‌ ୩୩୦ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ ହେବ। ଆସନ୍ତାକାଲି ଶେଷ ପର୍ଯ୍ୟାୟ ମତଦାନ ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସହିତ କିଭଳି ଶାନ୍ତିଶୃଙ୍ଖଳା ସହିତ ମତଦାନ ହେବ ସ୍ବାଭିମାନ ଅଞ୍ଚଳ ତଥା ଉପାନ୍ତ ଦୁର୍ଗମ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri