ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ସମ୍ବଲପୁର,୯ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ମେ ୧୦ରେ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ପୋଲିଂ ପାର୍ଟି ବୁଥ୍‌କୁ ଯାଇଛନ୍ତି। ଇଭିଏମ୍‌ ଓ ଅନ୍ୟାନ୍ୟ କାଗଜପତ୍ର ସହ ପୋଲିସ ସୁରକ୍ଷାରେ ସେମାନେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ କେନ୍ଦ୍ରକୁ ଯାଇଛନ୍ତି। ୨୫୩ ବୁଥ୍‌ ପାଇଁ ୧୦୧୨ କର୍ମଚାରୀ ନିଯୁକ୍ତ କରାଯାଇଥିବା ବେଳେ ୧୦୮ଜଣ ସଂରକ୍ଷିତ ରହିଛନ୍ତି। କେବଳ ମହିଳାମାନଙ୍କ ପାଇଁ ୨୬ ଗୋଟି ବୁଥ୍‌ ରହିଛି। କର୍ମଚାରୀମାନେ ମତଦାନ ଦିନ ନିର୍ଦ୍ଧାରିତ ସମୟ ପୂର୍ବରୁ କେନ୍ଦ୍ରରେ ପହଞ୍ଚତ୍ବେ।
ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ଭୋଟର ଓ ଅଧିକାରୀମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରତି ବୁଥ୍‌ରେ ଥଣ୍ଡା ପାନୀୟ ଜଳ, ଛାଇ କରିବା ସହ କେତେକ ବୁଥ୍‌ରେ ସରବତ ଓ ଓଆର୍‌ଏସ୍‌ ପାଣି ଦିଆଯିବ। ୫୯ ଗୋଟି ମେଡିକାଲ ପାଟ୍ରୋଲିଂ ଗାଡି ରହିବ। ସନ୍ଧ୍ୟା ୬ଟା ପରେ ବାହାରୁ ଆସିଥିବା ବ୍ୟକ୍ତିମାନେ ଝାରସୁଗୁଡ଼ା ବିଧାନସଭା କ୍ଷେତ୍ର ଛାଡ଼ି ଯିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ବିଧାନସଭା ଅଧୀନରେ ମୋଟ ୨୫୩ ବୁଥ୍‌ରେ ମତଦାନ ହେବ। ସେଥିମଧ୍ୟରୁ ୧୪୪ ସମ୍ବେଦନଶୀଳ ବୁଥ୍‌ରେ କେନ୍ଦ୍ରୀୟ ସୁରକ୍ଷା ବଳ ନିଯୁକ୍ତ କରାଯାଇଛି। ମତଦାନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସମସ୍ତ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ। ଏହାର ସିଧା ପ୍ରସାରଣ ଜାତୀୟ ନିର୍ବାଚନ କମିଶନ, ରାଜ୍ୟ ନିର୍ବାଚନ କମିଶନଙ୍କ ସମେତ ଜିଲା ସୁରକ୍ଷା ଓ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ଦେଖିପାରିବେ। ଏହା ପ୍ରଥମକରି ହେଉଥିବା ଝାରସୁଗୁଡ଼ା ଏସ୍‌ପି ପରମାର ସ୍ମିଥ୍‌ କହିଛନ୍ତି। ସେ ଆହୁରି କହିଛନ୍ତି, ସନ୍ଧ୍ୟା ୬ଟାରେ ନିର୍ବାଚନୀ ପ୍ରଚାର ଶେଷ ହୋଇଯିବ। ଆଗକୁ ୪୮ ଘଣ୍ଟା ଗତିବିଧି ଉପରେ କଡ଼ା ନଜର ରଖାଯିବ। ଏଥିପାଇଁ ସହର ପ୍ରବେଶ ପଥ ଓ ସହର ଭିତର ବିଭିନ୍ନ ସ୍ଥାନରେ ନାକା କରାଯିବ। ନିର୍ବାଚନ ଶାନ୍ତିଶୃଙ୍ଖଳାରେ ହେବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ୧୯ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ୧୦୦ଜଣ ପୋଲିସ ଅଫିସ, ୩ ଶହ କନ୍‌ଷ୍ଟେବଲ, ୧୫୦ରୁ ଅଧିକ ହୋମ୍‌ଗାର୍ଡ ନିଯୁକ୍ତ କରାଯିବ। ୨୫ ଗୋଟି ପାଟ୍ରୋଲିଂ ପାର୍ଟି ରହିବେ। ପ୍ରଶାସନ ଚିହ୍ନଟ କରିଥିବା ଓ ଦଳୀୟ ପ୍ରାର୍ଥୀଙ୍କ ସୁପାରିସ କ୍ରମେ ମୋଟ ୨୫୩ ବୁଥ୍‌ରୁ ୧୪୪ ସମ୍ବେଦନଶୀଳ ବୁଥ୍‌ରେ ୭ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷାବଳ ନିୟୋଜିତ ରହିବେ। ମତଦାତା ଓ ପୋଲିଂ ପାର୍ଟିକୁ ମଧ୍ୟ ସୁରକ୍ଷା ଦେବାକୁ ବ୍ୟବସ୍ଥା କରାଯାଇଛି ବୋଲି ଏସ୍‌ପି ପରମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri