ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲାର ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳକୁ ରବିବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୋଲିଂ ପାର୍ଟିକୁ ପଠାଯାଇଛି।

ଅଭୟାରଣ୍ୟ ଭିତରେ ୫ଟି ପୋଲିଂ ବୁଥ ସୁନାବେଡା, ଗାତିବେଡା, ଦେଓସିଲ, ସୋସେଙ୍ଗ, ଜାମଗାଁ ରହିଛି। ଖରିଆରରୋଡ ସ୍ଥିତ ଗୋତମା ଉଡାଜାହାଜ ପଡିଆରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୫ଟି ବୁଥର ପୋଲିଂ ପାର୍ଟିକୁ ଥରକୁ ୧୪ ଜଣ କରି ସୁନାବେଡାକୁ ପଠାଯାଇଛି। ସେମାନେ ସୁନାବେଡା, ସୋସେଙ୍ଗ ସିଆର୍‌ପିଏଫ୍‌ କ୍ୟାମ୍ପରେ ରାତ୍ରି ଯାପନ କରିବେ। ସୋମବାର ସକାଳେ ସୁରକ୍ଷା ବଳରେ ପୋଲିଂ ବୁଥକୁ ନେଇ ଛଡା ହେଲା ପରେ ଭୋଟିଂ କାର୍ଯ୍ୟ ଆରମ୍ଭ ହେବ।

ଜିଲାପାଳ ତଥା ନିର୍ବାଚନ ଅଧିକାରୀ ହେମକାନ୍ତ ସାୟଙ୍କ ନେତୃତ୍ୱରେ ପ୍ରଶାସନିକ ଅଧିକାରୀମାନେ ଇଭିଏମ୍‌କୁ ଟିକିନିଖି ଯାଞ୍ଚ କରିଥିଲେ। ପୋଲିଂ ପାର୍ଟିକୁ ତାଲିମ ଦିଆଯାଇ ବୁଥ୍‌ ଅଭିମୁଖେ ପ୍ରେରଣ କରାଯାଇଛି। ଜିଲାର ନୂଆପଡ଼ା ଓ ଖଡ଼ିଆଳ ନିର୍ବାଚନମଣ୍ଡଳୀରେ ମୋଟ ୬୦୪ଟି ବୁଥ୍‌ ରହିଛି। ଶନିବାର ଖଡିଆଳ ନିର୍ବାଚନମଣ୍ଡଳୀର ୨୮୨ ବୁଥ ପାଇଁ ପୋଲିଂ ପାର୍ଟି ପହଞ୍ଚତ୍ ସାରିଛନ୍ତି। ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୩୦୨ବୁଥ ରହିଥିବାବେଳେ ରବିବାର ସମସ୍ତ ପୋଲିଂ ପାର୍ଟି ବୁଥ ଅଭିମୁଖେ ଯାଇଛନ୍ତି।

ନୂଆପଡ଼ା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର, ଅତିରିକ୍ତ ଜିଲାପାଳ ଭୀମସେନ ଶବର, ନୂଆପଡା ନିର୍ବାଚନମଣ୍ଡଳୀ ନିର୍ବାଚନ ଅଧିକାରୀ ଓ ଖଡିଆଳ ନିର୍ବାଚନମଣ୍ଡଳୀ ନିର୍ବାଚନ ଅଧିକାରୀ ଭାବରେ ଉପଜିଲାପାଳ ଯୋଗେନ୍ଦ୍ର ମାଝି, ଅତିରିକ୍ତ ଜିଲାପାଳ (ରାଜସ୍ବ) ସୁବାସ ଚନ୍ଦ୍ର ରଏତ ଓ ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ ପ୍ରମୁଖ ନିର୍ବାଚନ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri