Posted inଖେଳ

ହାମିଲଟନଙ୍କୁ ପୋଲ୍‌ ପୋଜିଶନ

ପୋର୍ଟିମାଓ, ୨୫ା୧୦ (ଏପି)-ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲଟେରି ବୋଟାସ୍‌ଙ୍କୁ ପଛରେ ପକାଇ ଲୁଇସ୍‌ ହାମିଲଟନ ପର୍ତ୍ତୁଗିଜ୍‌ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ପାଇଁ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏହା ହେଉଛି ତାଙ୍କ କ୍ୟାରିୟରର ୯୭ତମ ପୋଲ ପୋଜିଶନ। ରବିବାର ରେସ୍‌ରେ ଯଦି ସେ ବିଜୟ ହାସଲ କରନ୍ତି ତେବେ ଏହା ତାଙ୍କର ୯୨ତମ ଫର୍ମୁଲା ଓ୍ବାନ୍‌ ଟାଇଟଲ ହେବ। ସେ କିମ୍ବଦନ୍ତୀ ମାଇକେଲ ସୁମାକରଙ୍କୁ ପଛରେ ପକାଇ ସର୍ବକାଳୀନ ରେକର୍ଡର ଅଧିକାରୀ ହେବେ। ଦୁଇ ସପ୍ତାହ ପୂର୍ବେ ଜର୍ମାନୀରେ ଅନୁଷ୍ଠିତ ଇଫେଲ ଗ୍ରାଁ ପ୍ରିରେ ବିଜୟ ହାସଲ ପରେ ହାମିଲଟନ ସୁମାକରଙ୍କ ଫର୍ମୁଲା ଓ୍ବାନ୍‌ ରେକର୍ଡ ୯୧ର ସମକକ୍ଷ ହୋଇଥିଲେ। ଏଠାରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଙ୍ଗ ରେସ୍‌ରେ ସେ ବୋଟାସ୍‌ଙ୍କୁ .୧ ସେକେଣ୍ଡ ପଛରେ ପକାଇ ଦେଇଥିଲେ। ରେଡ୍‌ ବୁଲ୍‌ର ମାକ୍ସ ଭଷ୍ଟର୍ର୍ାପେନ୍‌ .୨୫ ସେକେଣ୍ଡ ପଛରେ ତୃତୀୟ ଏବଂ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ଚତୁର୍ଥ ହୋଇଥିଲେ। ପୂର୍ବତନ ଫର୍ମୁଲା ଓ୍ବାନ ଚାମ୍ପିୟନ କିମି ରାଇକୋନେନଙ୍କ ସମେତ ୫ ଡ୍ରାଇଭର କ୍ୟୁ-୧ରୁ ବାଦ୍‌ ପଡ଼ିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri