ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ  ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ ସେମାନଙ୍କୁ ବିଭିନ୍ନ ବୁଥ୍‌କୁ ପଠାଇ ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁଥ୍‌ ସଂଖ୍ୟା ୨୬୫ରୁ ୩୭୩କୁ ବୃଦ୍ଧି କରାଯାଇଛି। ମୋଟ ୧୯୪୦ ଜଣ ପ୍ରିଜାଇଡିଂ ପୋଲିଂ କର୍ମଚାରୀଙ୍କୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ପୋଲିଂ ପାର୍ଟିଙ୍କୁ ୩୭ଟି କାଉଣ୍ଟର ମାଧ୍ୟମରେ ପୋଲିଂ ସାମଗ୍ରୀ ପ୍ରଦାନ କରାଯାଇଛି। ସେମାନଙ୍କୁ ନେବା ଆଣିବା ପାଇଁ ୧୫୭ ବସ୍‌ ବ୍ୟବସ୍ଥା କରାଯାଇଛି।ଏଥିସହ ୩୩ ଜଣ ସେକ୍ଟର ଅଫିସର, ୬୨ ସିଏପିଏଫ୍‌, ୩୭ ୱେବ୍‌ କାଷ୍ଟିଙ୍ଗ୍‌, ୪୦ ମାଇକ୍ରୋ ଅବଜରଭର୍‌ ଓ ୫ଟି ଭିଡିଓଗ୍ରାଫି ଦଳକୁ ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଏବଂ ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍‌ ମହାବିଦ୍ୟାଳୟରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରିଛନ୍ତି। ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପି. ରାଜେନ୍ଦ୍ର ଚୋଲନ୍‌ ପୂର୍ବାହ୍ନରେ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚି କାଉଣ୍ଟରଗୁଡିକ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri