Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ପାଟନା,୨୮ ।୧୦: ବିହାର ବିଧାନସଭା ନିର୍ବାଚନ ୨୦୨୦ ପାଇଁ ବୁଧବାର ସକାଳୁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୬ ଜିଲାର ୭୧ ଆସନ ପାଇଁ ମତଦାନ କରାଯାଉଛି । କରୋନା ସଂକ୍ରମଣ ପରେ ବି ବୁଥ୍ ବାହାରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨.୧୪ କୋଟି ଭୋଟର ୧୦୬୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ସକାଳ ୯ଟା ସୁଦ୍ଧା ୭.୭୧ ପ୍ରତିଶତ ମତଦାନ ହୋଇଥିବା ସୂଚନା ରହିଛି । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ୮ ମନ୍ତ୍ରୀଙ୍କ ଭାଗ୍ୟ ପରୀକ୍ଷା କରାଯିବ । ଭୋଟ ଗ୍ରହଣ ପାଇଁ ପ୍ରାୟ ସମସ୍ତ ବୁଥ୍ ନିକଟରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହାସହ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାସ୍କ ବାଧ୍ୟତାମୂଳକ କରାଯିବା ସହ ବୁଥ୍‌ରେ ସାନିଟାଇଜର ବ୍ୟବସ୍ଥା ମଧ୍ୟ କରାଯାଇଛି । ଗୟାରେ ବିହାର ସରକାରରେ ମନ୍ତ୍ରୀ ଥିବା ପ୍ରେମ କୁମାର ସାଇକେଲ ଚଳାଇ ଭୋଟ ଦେବାକୁ ଯାଇଥିବା ଦେଖାଯାଇଛି । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ବହୁ ସଂଖ୍ୟାରେ ଭୋଟ ଦେବାକୁ ଭୋଟରଙ୍କୁ ଅନୁରୋଧ କରିଛନ୍ତି । କରୋନା ସଂକ୍ରମଣ ସମୟରେ ଏହା ସବୁଠାରୁ ବଡ ନିର୍ବାଚନ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri