କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ କରି ଏହି ଗଣତନ୍ତ୍ର ପର୍ବକୁ ଶୁଭାରମ୍ଭ କରିବା ସହ ସମସ୍ତ ଭୋଟର ଏଥିରେ ସାମିଲ ହେବାକୁ ନିବେଦନ କରିଥିଲେ।

ସେହିପରି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ତାଙ୍କ ସହଧର୍ମିଣୀଙ୍କ ସହ ଏହି ବୁଥ୍‌ରେ ମତଦାନ ସାବ୍ୟସ୍ତ କରିଛନ୍ତି। ସକାଳୁ ଏହି ଉକ୍ତ ବୁଥ୍‌ରେ ଇଭିଏମ୍‌ରେ କିଛି ତ୍ରୁଟି ଯୋଗୁ ପ୍ରାୟ ଅଧଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ସେହିପରି କୋରାପୁଟ ମ୍ୟୁନିସିପାଲିଟିର ମାଳିସାହି, ଯାନିଗୁଡ଼ା, ପୋଲିସ ଲାଇନ, ଏକ୍ସବୋର୍ଡ ସ୍କୁଲ ବୁଥ୍‌ ଆଦିରେ ଇଭିଏମ୍‌ରେ ସମସ୍ୟା ଉପୁଜିବାରୁ ମତଦାନ ବିଳମ୍ବ ହୋଇଥିଲା। ସୀମାନ୍ତ କୋଟିଆରେ ମଧ୍ୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?