Posted inରାଜ୍ୟ

ଓଡ଼ିଶାରେ ଚାରି ପର୍ଯ୍ୟାୟରେ ହେବ ମତଦାନ, ନେତା ବାଛିବେ ୩.୩୨ କୋଟି ଭୋଟର

ଭୁବନେଶ୍ୱର,୧୬।୩: ଲୋକ ସଭା ଏବଂ ଓଡ଼ିଶା ସମେତ ଚାରି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ସମଗ୍ର ଭାରତରେ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିଲା ବେଳେ ଓଡ଼ିଶାରେ ବିଧାନସଭା ଏବଂ ୨୧ ଟି ଲୋକସଭା ଆସନ ପାଇଁ ଚାରୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଯେଉଁଥିରେ ଓଡ଼ିଶାର ମୋଟ ୩.୩୨ କୋଟି ଭୋଟର ନିଜର ମତ ସାବ୍ୟସ୍ତ କରିବେ।

ଦକ୍ଷିଣ ଏବଂ ପଶ୍ଚିମ ଭାଗରେ ଚାରୋଟି ଲୋକସଭା ଆସନ ଯଥା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଏବଂ ବ୍ରହ୍ମପୁର ପାଇଁ ମତଦାନ ହେବ। ସମାନ ସମୟରେ ଏହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତରେ ୨୮ ଟି ବିଧାନସଭା ଆସନ ପାଇଁ ଚତୁର୍ଥ ପର୍ଯ୍ୟାୟରେ ମେ ୧୩ ରେ ଭୋଟ୍ ଗ୍ରହଣ ହେବ। ସେହିପରି ମେ ୨୦ ରେ ପରବର୍ତ୍ତୀ ପର୍ଯ୍ୟାୟରେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ପାଞ୍ଚଟି ଲୋକସଭା ଆସନ ଯଥା ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ ଏବଂ ଆସ୍କା ତତ ସହିତ ୩୫ ଟି ବିଧାନସଭା ନିର୍ବାଚନମଣ୍ଡଳୀ ଓଡିଶାରେ ଭୋଟ୍ ଗ୍ରହଣ ହେବ।

ସେହିଭଳି ୬ଟି ଲୋକସଭା ଆସନ ପ୍ରତ୍ୟେକ ଏବଂ ୪୨ ଟି ବିଧାନସଭା ଆସନ ପାଇଁ ମେ ୨୫ ଏବଂ ଜୁନ୍ ୧ ରେ ଷଷ୍ଠ ଏବଂ ସପ୍ତମ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଷଷ୍ଠ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ଭୁବନେଶ୍ୱରରେ ମତଦାନ ଅନୁଷ୍ଠିତ ହେବ ଏବଂ ସପ୍ତମ ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଭଳି ଉତ୍ତର ଏବଂ ଉପକୂଳ ଅଞ୍ଚଳରେ ମତଦାନ ହେବ। ଭୋଟ୍ ଗଣନା ଜୁନ୍ ୪ ରେ ଅନୁଷ୍ଠିତ ହେବ।

ଏହି ନିର୍ବାଚନରେ ଓଡ଼ିଶାରେ ୧.୬୮ କୋଟି ପୁରୁଷ, ୧.୬୪ କୋଟି ମହିଳା ଏବଂ ୩,୩୮୦ ତୃତୀୟ ଲିଙ୍ଗ ସମେତ ମୋଟ ୩.୩୨ କୋଟି ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କାରବେ। ରାଜ୍ୟରେ ୧୦୦ ବର୍ଷରୁ ଅଧିକ ୯,୦୬୦ ଭୋଟର ଥିବାବେଳେ ୭.୫୪ ଲକ୍ଷ ନୂତନ ଭୋଟର ପ୍ରଥମ ଥର ପାଇଁ ଭୋଟ୍ ଦେବେ।

ଗ୍ରାମାଞ୍ଚଳରେ ୩୩,୪୬୯ ସମେତ ୩୭,୮୦୯ ମତଦାନ କେନ୍ଦ୍ର ମଧ୍ୟରୁ ନିର୍ବାଚନ ଆୟୋଗ ୨୨,୬୮୫ ବୁଥରେ ୱେବ୍ ପ୍ରସାରଣ ପାଇଁ ଯୋଜନା କରିଛି। ୩୦୦ ରୁ ଅଧିକ ବୁଥ୍ ଭିନ୍ନକ୍ଷମଙ୍କ ଦ୍ୱାରା ପରିଚାଳିତ ହେବ ଏବଂ ୪୦୦୦ ବୁଥ୍ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସରକାରୀ ସୂତ୍ରରୁ ଜଣା ପଡିଛି। ୨୦୧୯ ରେ ମଧ୍ୟ ଓଡ଼ିଶାରେ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ୭୩.୨୯% ଭୋଟର ମତଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?