ନିର୍ବାଚନକୁ କରୋନା ଭୟ

ଢେଙ୍କାନାଳ ଅଫିସ, ୧।୨ କରୋନାର ତୃତୀୟ ଲହର, ଓମିକ୍ରନ ଆତଙ୍କ ମଧ୍ୟରେ ସୁରୁଖୁରୁରେ ନିର୍ବାଚନ ପରିଚାଳନା କରିବା ଢେଙ୍କାନାଳ ଜିଲା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ପ୍ରଥମ ପର୍ଯ୍ୟାୟ ମତଦାନ ପାଖେଇ ଆସୁଥିବାବେଳେ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ସୋମବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ପଞ୍ଚାୟତ ନିର୍ବାଚନରେ ନିୟୋଜିତ ସମସ୍ତ ଅଧିକାରୀ, କର୍ମଚାରୀ, ପୋଲିସ, ଡ୍ରାଇଭର ଏବଂ ଶିକ୍ଷକଙ୍କ ୪୮ ଘଣ୍ଟା ପୂର୍ବରୁ କୋଭିଡ୍‌ ପରୀକ୍ଷା କରାଯିବ। ସମସ୍ତଙ୍କୁ ବୁଷ୍ଟର ଡୋଜ୍‌ ମଧ୍ୟ ଦିଆଯିବ। କୋଭିଡ୍‌ ଆକ୍ରାନ୍ତମାନେ ମତଦାନର ଶେଷ ଘଣ୍ଟାକରେ ମତଦାନ ସାବ୍ୟସ୍ତ କରିବେ। ମତଦାନ ଲାଗି ଉଦ୍ଦିଷ୍ଟ ସମସ୍ତ ବୁଥ୍‌ ଏବଂ ନିର୍ବାଚନରେ ବ୍ୟବହୃତ ସାମଗ୍ରୀକୁ ବିଶୋଧନ କରାଯିବ। କୋଭିଡ୍‌ ନିୟମ ଅନୁଯାୟୀ ନିର୍ବାଚନ ପରିଚାଳନା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ସଂକ୍ରମଣ କମୁଛି। ଜନସାଧାରଣଙ୍କୁ ସଚେତନ କରାଇବାକୁ ନିୟମିତ ବ୍ୟବଧାନରେ ଡାକବାଜି ଯନ୍ତ୍ରରେ ପ୍ରଚାର କରିବାକୁ ବିଡିଓ, ତହସିଲଦାର ଏବଂ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାରେ କରୋନା ସ୍ଥିତି, ଆଣ୍ଟିଜେନ୍‌, ଆର୍‌ଟି-ପିସିଆର୍‌ ଟେଷ୍ଟ, ଟିକାକରଣ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ସୂଚନା ଦେଇଥିଲେ। ଏହି ଅବସରରେ ‘୫-ଟି’ ଅନ୍ତର୍ଗତ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମର ଅଗ୍ରଗତି, ଭତ୍ତା ଯୋଜନା, ବସ୍‌ଷ୍ଟାଣ୍ଡ ଓ ଷ୍ଟାଡିୟମ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା।
ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଓସ୍‌ଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri