Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ

ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍‌ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଥିବା ବେଳେ ଯେଉଁ ଦୁଇ ଜଣଙ୍କ ନାମକୁ ନେଇ ବେଶୀ ଚର୍ଚ୍ଚା ହେଉଥିଲା ସେମାନେ ଏହି ରେସରୁ ବାହାରି ଯାଇଛନ୍ତି । ଜଣେ ହେଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ସେପ୍ଟେମ୍ବର ୩୦ ଅର୍ଥାତ୍ ଶୁକ୍ରବାର ଶେଷ ତାରିଖ ଥିବା ବେଳେ ଏବେ ଏହି ପଦ ଲାଗି କଂଗ୍ରେସ ଏମପି ଶଶି ଥରୁର, ବରିଷ୍ଠ କଂଗ୍ରେସ ନେତା ମଲିକାର୍ଜୁନ ଖଡଗେ ଓ କେ.ଏନ୍ ତ୍ରିପାଠୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ଶଶି ଥରୁର ରାଜଧାନୀ ଦିଲ୍ଲୀରେ ଥିବା ଅଲ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବା ପରେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଥିଲା । ମଲିକାର୍ଜୁନ ମଧ୍ୟ ଏଆଇସିସ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହାପରେ ସେ କହିଛନ୍ତି, ମୁଁ ମଧ୍ୟ ମୋ ଟୋପି ସେହି ରିଙ୍ଗ ଭିତରକୁ ଫିଙ୍ଗିଦେଇଛି ।
ଏହାରି ଭିତରେ ଝାଡ଼ଖଣ୍ଡ କଂଗ୍ରେସ ଲିଡର କେ.ଏନ୍ ତ୍ରିପାଠୀ ବି କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସେ କହିଛନ୍ତି ଦଳର ନେତାମାନଙ୍କ ନିଷ୍ପତ୍ତିକୁ ମୁଁ ସମ୍ମାନ ଜଣାଇଛି । ସେଥିପାଇଁ କଂଗ୍ରେସର ଟପ ମୋଷ୍ଟ ପୋଜିଶନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛି । ଶୁକ୍ରବାର ଦିନ ୩ଟା ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ ଶେଷ ହୋଇଥିବା ବେଳେ ଅକ୍ଟୋବର ୧୯ରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବ ।
ସୂଚନାଯୋଗ୍ୟ ଏହା ପୂର୍ବରୁ ଆଶୋକ ଗେହଲୋଟ ଓ ଦିଗବିଜୟ ସିଂ ଏହି ନିର୍ବାଚନ ଲଢୁ ନ ଥିବା ସ୍ପଷ୍ଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri