ପ୍ରଦୂଷିତ ହେଉଛି ସମୁଦ୍ରକୂଳ

ଭୁବନେଶ୍ୱର,୭।୭(ବ୍ୟୁରୋ): ଶିଳ୍ପ, କୃଷି ଏବଂ ସହରାଞ୍ଚଳରୁ ବାହାରୁଥିବା ଦୂଷିତ ଜଳ ନଦୀରେ ମିଶୁଛି। ସେହି ଜଳ ସିଧାସଳଖ ସମୁଦ୍ରକୁ ଚାଲିଯାଉଛି। ଏଥିଯୋଗୁ ସମୁଦ୍ର କୂଳରେ ପ୍ରଦୂଷଣ ବଢ଼ିଯାଉଛି। ସମଗ୍ର ଦେଶର ଉପକୂଳ ଏବଂ ୩୫୧ଟି ନଦୀ ପ୍ରଦୂଷିତ ହୋଇଛି। ସେହି ନଦୀଗୁଡିକ ମଧ୍ୟରେ ଓଡ଼ିଶାର ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଭଳି ବଡ଼ ବଡ଼ ନଦୀର ଜଳ ମଧ୍ୟ ପ୍ରଦୂଷିତ ହେଉଛି। ଏହାର ଜଳ ବିନା ବିଶେଧାନରେ ସମୁଦ୍ରରେ ମିଶୁଛି। ଫଳରେ ଉପକୂଳ ଅତିମାତ୍ରାରେ ପ୍ରଦୂଷଣ ହେଉଛି। ଏନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ରାଜ୍ୟଗୁଡ଼ିକର ସମୁଦ୍ରକୂଳକୁ ପ୍ରଦୂଷଣମୁକ୍ତ କରିବା ଲାଗି ପଦକ୍ଷେପ ନେବାକୁ ଟ୍ରିବ୍ୟୁନାଲ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମୁଦ୍ର ଉପକୂଳ ପ୍ରଦୂଷଣ ସମ୍ପର୍କିତ ଏକ ମାମଲାର ଶୁଣାଣିକରି ଏନ୍‌ଜିଟି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଏକ ଚିଠି ହସ୍ତଗତ ହୋଇଥିବା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ଅଧିକାରୀ କହିଛନ୍ତି।
ସ୍ବେରେଜ ପାଣି, ଅଳିଆ ଆବର୍ଜନା ଗଦାହେବା ଯୋଗୁ ଉପକୂଳ ବହୁମାତ୍ରାରେ ପ୍ରଦୂଷିତ ହୋଇଛି। ଶିଳ୍ପ, କୃଷି ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟଜଳ ଯୋଗୁ ଉପକୂଳ ୮୦ ପ୍ରତିଶତ ପ୍ରଦୂଷିତ ହୋଇଥିବା କୁହାଯାଇଛି। ସ୍ବେରେଜ ପାଣିକୁ ସିଧାସଳଖ ନଦୀରେ ଛାଡ଼ିବା ଯୋଗୁ ତାହା ଉଭୟ ନଦୀ ଓ ସମୁଦ୍ର ଜଳକୁ ପ୍ରଦୂଷିତ କରିଛି।
ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ ଦେଶର ୭,୬୬୬ କି.ମି. ଉପକୂଳ ବିପଦସଙ୍କୁଳ ହୋଇପଡ଼ିଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ପ୍ରାୟ ୬୩ ନିୟୁତ ପରିବାର ଏହାଦ୍ୱାରା ପ୍ରଭାବିତ ହେଉଛନ୍ତି। ଉପକୂଳରେ କୋଲକତା, ଚେନ୍ନାଇ, ମୁମ୍ବାଇ, କୋଚି, ବିଶାଖାପାଟଣା ଭଳି ୭୭ଟି ବୃହତ୍‌ ସହର ରହିଛି। ନଦୀକୁ ସିଧାସଳଖ ପ୍ରଦୂଷିତ ଜଳ ଛଡ଼ାଯାଉଥିବାରୁ ଉପକୂଳ ଜଳ ଅତିମାତ୍ରାରେ ପ୍ରଦୂଷଣ ହେଉଛି। ପୂର୍ବରୁ ସୁପ୍ରିମକୋର୍ଟ ମଧ୍ୟ ଏ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ।
ଦେଶର ୧୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୨୧ଟି ସହରରୁ ପ୍ରାୟ ଦୈନିକ ୬,୦୬୬ ନିୟୁତ ସ୍ବେରେଜ ଜଳ ବାହାରୁଛି। ସେହିପରି ୧୦ଟି ଉପକୂଳବର୍ତ୍ତୀ ରାଜ୍ୟରେ ଥିବା ୪୮,୧୮୮ଟି ଶିଳ୍ପରୁ ପ୍ରାୟ ଦୈନିକ ୫୨୭୯ ନିୟୁତ ଲିଟର ବିଷାକ୍ତ ଜଳ ବାହାରୁଛି। ଏହାକୁ ରୋକିବା ସହିତ ନଦୀକୁ ଦୂଷିତ ଜଳ ଛାଡୁଥିବା ଶିଳ୍ପାନୁଷ୍ଠାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହିତ ଏହାକୁ ରୋକିବା ଦିଗରେ ପଦକ୍ଷେପ ନେବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri