ଜେଏସ୍‌ଡବ୍ଲ୍ୟୁକୁ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର

ଭୁବନେଶ୍ୱର,୨୯।୯:ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ୪୦ତମ ପ୍ରତିଷ୍ଠା ଦିବସ ଅବସରରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ସମ୍ମାନଜନକ ‘ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର’ ଦିଆଯାଇଛି। ବିଶେଷକରି ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ସମସ୍ତ ପରିବେଶଗତ ପ୍ରୟାସ ସହ କମ୍ପାନୀର ଜଜାଙ୍ଗ ଲୌହପଥର ଖଣିରେ ପୂର୍ଣ୍ଣାଙ୍ଗ ପରିବେଶ ପରିଚାଳନା କାର୍ଯ୍ୟାଭାସ କୈନ୍ଦ୍ରିକ ହୋଇଛି, ଯାହା ପରିଚାଳନାଗତ ଉତ୍କର୍ଷ ବଜାୟ ରଖିବା ସହିତ ପରିବେଶକୁ ସୁରକ୍ଷିତ ରଖିବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି। ଏପରିକି ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ନିମନ୍ତେ ଏହି ସମ୍ମାନଜନକ ପୁରସ୍କାର ଲାଭ କରିଛି। କମ୍ପାନୀର ଖଣି କାର୍ଯ୍ୟକଳାପରେ ଦୀର୍ଘସ୍ଥାୟୀ କାର୍ଯ୍ୟାଭ୍ୟାସ ଏବଂ ମଜଭୁତ ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପଗୁଡିକ ସଫଳତାର ସହିତ କାର୍ଯ୍ୟକାରୀ କରିବା ଦିଗରେ ଏହା କମ୍ପାନୀର ଏକାଗ୍ର ପ୍ରତିବଦ୍ଧତାର ନିଦର୍ଶନ ହୋଇଛି। ଅପରପକ୍ଷରେ ଓଏସ୍‌ପିସିବିର ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସମ୍ମାନ ସମାରୋହ ଉତ୍ସବର ମୁଖ୍ୟ ଅତିଥି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ‘ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର’ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜସ୍ବ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ଜଙ୍ଗଲ ବିଭାଗର ଚିଫ କଞ୍ଜରଭେଟର ଏବଂ ହେଡ୍‌ ଅଫ୍‌ ଫରେଷ୍ଟ ଫୋର୍ସ ଡ. ଦେବୀଦତ୍ତ ବିଶ୍ୱାଳଙ୍କ ସମେତ ଓଏସ୍‌ପିସିବିର ସଦସ୍ୟ ସଚିବ ଡ. କେ.ମୁରୁଗେସନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?