ଇଟାଭାଟି ଧୂଆଁ ଯୋଗୁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୨୪ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି। ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ମାତ୍ର ବେଆଇନ ନାଲି ଇଟାଭାଟିର ନିଆଁଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ହୋଇ ତାତି ବଢ଼ିବାରେ ଲାଗିଛି ବୋଲି ଅଭିଯୋଗ ହେଉଛି। ଇଟାଭାଟିରୁ ବାହାରୁଥିବା ଧୂଆଁ ଓ କୋଇଲା ପାଉଁଶ ଗୁଣ୍ଡ ଉଡ଼ି ଗଛର ପତ୍ର ଉପରେ ଏକ ଆସ୍ତରଣ ସୃଷ୍ଟି ହେବାରେ ଲାଗିଛି। ବାୟୁମଣ୍ଡଳ ପ୍ରଦୂଷିତ ହେଉଛି। ଧୂଆଁ ଯୋଗୁ ଲୋକେ ଅଣନିଃଶ୍ୱାସୀ ହେଇପଡୁଛନ୍ତି। ଇଟାଭାଟି ବନ୍ଦ କରିବାକୁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ଲୋକମାନେ ଅଭିଯୋଗ କରିଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ରାସ୍ତାପାର୍ଶ୍ୱରେ ଇଟାଭାଟି ବେଧଡ଼କ ଭାବେ ଚାଲୁଛି। ପ୍ରଶାସନ କାହିଁକି ନୀରବ ରହିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସମ୍ପର୍କରେ ପରିବେଶବିତ୍‌ ବିଭୂତି ମହାପାତ୍ର କୁହନ୍ତି, ଇଟାଭାଟିରୁ ନିର୍ଗତ ଧୂଆଁ ଯୋଗୁ ବାୟୁମଣ୍ଡଳରେ ଉଷ୍ଣତା ସହ ଅଙ୍ଗାରକାମ୍ଲ ଗ୍ୟାସ ବଢ଼ିବାରେ ଲାଗିଛି। ଫଳରେ ଆଖପାଖ ଅଞ୍ଚଳରେ ଛୋଟ ଶିଶୁଙ୍କ ସମେତ ବୃଦ୍ଧାବୃଦ୍ଧ ଅଣନିଃଶ୍ୱାସୀ ହୋଇ ପଡୁଛନ୍ତି ା ରାଜସ୍ବ କର୍ମଚାରୀମାନେ ଲୋକଦେଖାଣିଆ ଇଟାଭାଟି ମାଲିକଙ୍କ ନିକଟକୁ ଆସି କିଛି ଫାଇନ୍‌ ଆଦାୟ କରିବା ବଦଳରେ ହାତ ଚିକ୍କଣ କରି ଚୁପ୍‌ ହୋଇ ଚାଲି ଯାଉଛନ୍ତି। ଏଥିପାଇଁ ରାଜସ୍ବ କର୍ମଚାରୀମାନେ ଦାୟୀ ଅଟନ୍ତି।
କୃଷକନେତା ବିଜୟ ଦାସ, କ୍ଷୀରୋଦ ମଲିକ, ଅନନ୍ତ ଦାସ, ସର୍ବଶ୍ୱେର ସେଠୀ କୁହନ୍ତି, କେନ୍ଦ୍ରାପଡ଼ା ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ବହୁ ନଦୀନାଳ ଜିଲାରେ ପ୍ରବାହିତ। ବିଶେଷ କରି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳ ପାଖ ଦେଇ ବ୍ରାହ୍ମଣୀ ଓ ଗୋବରୀ ନଦୀର ଅବବାହିକାରେ ଥିବା ମାଟି ଦୋରସା ଓ ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ବ୍ୟବସାୟୀମାନେ ନଦୀ ପଠାରେ ଇଟାଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି।
ସାମାଜିକ କର୍ମୀ ପ୍ରବୀର ନାୟକ କୁହନ୍ତି, ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ମାଟିଆ, ତାତନା, ଅଳଭା, କଷଣଅଣ୍ଟା ଗ୍ରାମରେ ଚାଲିଥିବା ଚୋରା ଇଟାଭାଟି ଯୋଗୁ ପ୍ରଦୂଷଣ ବଢ଼ିଚାଲିଛି। ଫଳରେ ଏହି ଅଞ୍ଚଳର ଲୋକେ ପ୍ରଦୂଷଣଜନିତ ରୋଗରେ ଆକ୍ରାନ୍ତ ହେଉଥିବା ଅଭିଯୋଗ ହେଉଛି। ଥଣ୍ଡା, କାଶ ଓ ଶ୍ୱାସରୋଗ ବ୍ୟାପୁଛି। ଦିନକୁ ଦିନ ଏହି ଅଞ୍ଚଳରେ ଅନେକ ଶ୍ୱାସରୋଗୀଙ୍କୁ ଦେଖିବାକୁ ମିଳୁଛି। ଦିନରାତି ଇଟା ପୋଡ଼ା ହେଉଛି। ଫଳରେ ଗାଁ ଗହଳିକୁ ପ୍ରବଳ ଧୂଆଁ ମାଡ଼ିଆସୁଛି। ଲୋକେ ଥଣ୍ଡା, କାଶରେ ପୀଡ଼ିତ ହେଉଥିବା ବେଳେ ପ୍ରଦୂଷଣ ଯୋଗୁ ସହଜରେ କେହି ଆରୋଗ୍ୟ ହେଉନାହାନ୍ତି। ବିଶେଷକରି ବରିଷ୍ଠ ନାଗରିକମାନେ ଅଣନିଃଶ୍ୱାସୀ ହୋଇପଡ଼ୁଛନ୍ତି ବୋଲି କହିଛନ୍ତି।
ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଉପଜିଲାପାଳ ରବିନ୍ଦ୍ର ପ୍ରଧାନଙ୍କୁ ପଚାରିବାରେ ଇଟାଭାଟିଗୁଡିକ ବନ୍ଦ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଉପରେ ପଦକ୍ଷେପ ତହସିଲଦାର ନେବେ ବୋଲି ସେ କହିଛନ୍ତି ା ତହସିଲଦାର ପଞ୍ଚାନନ ନାୟକଙ୍କୁ ପଚାରିବାରେ ବେଆଇନ ଇଟାଭାଟି ଉପରେ ଚଢାଉ କରାଯାଇ ଇଟାଗୁଡିକୁ ନଷ୍ଟ କରାଯିବା ନିର୍ଦ୍ଦେଶ ଆସିଛି। ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri