Posted inଫୁରସତ

ଜୀବନ ପାଇଁ ପ୍ରଦୂଷଣ ମୁକ୍ତ ପରିବେଶ

ମଣିଷ ବଞ୍ଚି ରହିବା ପାଇଁ ପ୍ରଦୁଷଣ ମୁକ୍ତ ପରିବେଶ ଅପରିହାର୍ଯ୍ୟ। ସେହିପରି ପ୍ରଦୂଷଣ ମୁକ୍ତ ପରିବେଶ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଡିସେମ୍ବର ୨ରେ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳନ କରାଯାଇଥାଏ।

୧୯୮୪ରେ ଭୟଙ୍କର ଭୋପାଳ ଗ୍ୟାସ ଟ୍ରାଜେଡିରେ ପୀଡିତ ତଥା ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସ୍ମୃତିରେ ପ୍ରତିବର୍ଷ ଡିସେମ୍ବର ୨ରେ ଏହି ଦିବସ ପାଳିତ ହୋଇଥାଏ। ୧୯୮୪ ଡିସେମ୍ବର ୨ ରାତିରେ ଭୋପାଳର ୟୁନିଅନ କାର୍ବାଇଡ ରାସାୟନିକ କାରଖାନାରୁ ମିଥାଇଲ ଆଇସୋସିଆନେଟ୍‌ ଏବଂ ଅନ୍ୟ ବିଷାକ୍ତ ଗ୍ୟାସ୍‌ ନିର୍ଗତ ହୋଇଥିଲା।
ପାଞ୍ଚ ଲକ୍ଷରୁ ଅଧିକ ଲୋକ ବିଷାକ୍ତ ଗ୍ୟାସର ସଂସ୍ପର୍ଶରେ ଆସିଥିଲେ ଏବଂ ପରବର୍ତ୍ତୀ ଦିନରେ ଅତି କମରେ ୪,୦୦୦ ଲୋକଙ୍କର ମୃତ୍ୟୁ ଘଟିଥିଲା। ପରବର୍ତ୍ତୀ ବର୍ଷଗୁଡିକରେ ଗ୍ୟାସ ଲିକର ପ୍ରଭାବ ଯୋଗୁ ବହୁ ଲୋକଙ୍କ ମୃତ୍ୟୁ ଘଟିଥିଲା।
ବଞ୍ଚିଥିବା ଲୋକଙ୍କଠାରେ କର୍କଟ ଏବଂ ଜନ୍ମଗତ ବିଭିନ୍ନ ସମସ୍ୟା ସହିତ ରୋଗପ୍ରତିରୋଧକ ଶକ୍ତି ହ୍ରାସ ପାଇବା ସମସ୍ୟା ସୃଷ୍ଟି ହୋଇଥିଲା।
ବାୟୁ ପ୍ରଦୂଷଣ ଯୋଗୁ ୨୦୧୯ ରେ ଭାରତରେ ଷ୍ଟ୍ରୋକ, ହୃଦଘାତ, ମଧୁମେହ, ଫୁସଫୁସ କର୍କଟ, କ୍ରନିକ ଫୁସଫୁସ ରୋଗ ଏବଂ ନବଜାତକ ରୋଗ ଠାରୁ ଆରମ୍ଭ କରି ସମସ୍ତ ବୟସ ବର୍ଗରେ ବାର୍ଷିକ ୧.୬୭ ନିୟୁତରୁ ଅଧିକ ମୃତ୍ୟୁ ଘଟିଥିବା ନେଇ ଷ୍ଟେଟ୍‌ ଅଫ୍‌ ଗ୍ଲୋବାଲ ଏୟାର ୨୦୨୦ରିପୋର୍ଟରେ ଦର୍ଶାଯାଇଛି।
ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳନ ଅବସରରେ ବାୟୁ, ଜଳ ଏବଂ ମୃତ୍ତିକା ପ୍ରଦୂଷଣ ଦ୍ୱାରା ମାନବ ଜୀବନ ଉପରେ କିଭଳି ପ୍ରଭାବ ଅନୁଭୁତ ହେଉଛି ସେ ନେଇ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri