କପାବାରିରେ ପାଉଁଶ ସ୍ତୁପରୁ ପ୍ରଦୂଷଣ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ବରଗଡ଼,୧୭।୯(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଭେଡେନ ଥାନା ଥୁଆପାଲି ଗ୍ରାମ ନିକଟ କପାବାରିରେ କିଛି ଶିଳ୍ପାନୁଷ୍ଠାନ ପାଉଁଶ ଗୁଣ୍ଡ ଗଦା କରୁଥିବା ଯୋଗୁ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ବୁଧବାର ଗ୍ରାମବାସୀ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ସେ ଦିଗରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି।

ଦାବିପତ୍ରରେ ଉଲ୍ଲେଖ ରହିଛି, ଗ୍ରାମବାସୀଙ୍କୁ କୌଣସି ସୂଚନା ନ ଦେଇ କିଛି ଶିଳ୍ପପତି ସେମାନଙ୍କ ଶିଳ୍ପାନୁଷ୍ଠାନରୁ ନିର୍ଗତ ପାଉଁଶ ଗୁଣ୍ଡ (ଫ୍ଲାଏଆସ୍) ସ୍ଥାନୀୟ କପାବାରି ଜମିରେ ଗଦା କରୁଛନ୍ତି। କେତେକ ସ୍ଥଳେ ଗାତ ଖୋଳି ତାକୁ ପୋତି ଦିଆଯାଉଛି। ତେବେ ସ୍ତୁପ ଭଳି ତାହା ସେଠାରେ ରହିଥିବା ଯୋଗୁ ତାର ଯଥେଷ୍ଟ କୁପ୍ରଭାବ ଅଞ୍ଚଳରେ ପଡୁଛି ବୋଲି ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଯାତାୟାତ କ୍ଷେତ୍ରରେ ଅସୁବିଧା ହେଉଥିବା ବେଳେ ଶରୀର ପ୍ରତି କୁପ୍ରଭାବ ପଡୁଥିବା ଅଭିଯୋଗ ହୋଇଛି। ତେବେ ଗାତ ଖୋଲି ତାକୁ ସେଠାରେ ପୋତି ଦିଆଯାଉଥିବା ଯୋଗୁ ସେଥିରେ ପଡି ଜୀବନହାନି ହେବାର ଆଶଙ୍କା ରହିଛି ବୋଲି ଗ୍ରାମବାସୀମାନେ କହିଛନ୍ତି।

ଏଥିପ୍ରତି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆ ନଗଲେ ତାହା ଆଗାମୀ ପିଢି ପାଇଁ ବଡ଼ ବିପଦ ସୃଷ୍ଟି କରିବ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି । ତେବେ କେଉଁ ଶିଳ୍ପାନୁଷ୍ଠାନରୁ ତାହା ଆସୁଛି ଏବଂ ଏଥିରେ କାହାର ହାତ ରହିଛି, ଏପର୍ଯ୍ୟନ୍ତ ଗ୍ରାମବାସୀମାନେ ତାହା ଜାଣି ପାରି ନାହାନ୍ତି। ଫଳରେ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି। ଗ୍ରାମର ଆନନ୍ଦ ବେହେରା, ମୁରଲି ଭୁଏଙ୍କ ସମେତ ଅନେକ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri