AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ, ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ଧାରା–୧୬୩ ଅନୁଯାୟୀ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ କଟକଣା ସହ ନିୟନ୍ତ୍ରଣାତ୍ମକ ପଦକ୍ଷେପ ଲାଗୁ କରାଯାଇଛି । ଏହି ଆଦେଶ ବାଲେଶ୍ୱର ପୌରପାଳିକା ଏବଂ ଅନ୍ୟ ଏନ୍ ଏ ସି ଓ ମ୍ୟୁନିସିପାଲଟି (ULB) ଅଞ୍ଚଳରେ ଆଗାମୀ ୭ ଦିନ ଯାଏଁ ବଳବତ୍ତର ରହିବ । ଆବଶ୍ୟକ ପଡିଲେ ଏହାର ଅବଧି ବୃଦ୍ଧି ପାଇବ ବୋଲି କୁହାଯାଇଛି ।
ବାଲେଶ୍ବର ପାଇଁ ଗାଇଡଲାଇନ-
ପ୍ରତିଦିନ ସନ୍ଧ୍ୟା ୬.୦୦ ରୁ ପ୍ରଭାତ ୧୦.୦୦ ପର୍ଯ୍ୟନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ନିଷିଦ୍ଧ।
ପୌରପାଳିକା/ULB ସୀମାଭିତରେ ଭଙ୍ଗାରୁଜା ଓ ମାଟି କାମ (Earth Work) ସଂପୂର୍ଣ୍ଣ ଭାବେ ନିଷିଦ୍ଧ।
ପୌରପାଳିକା/ULB ଓ NHAI ପକ୍ଷରୁ ସମସ୍ତ ରାସ୍ତାରେ ଦିନକୁ ଅତି କମରେ ୩ ଥର ପାଣି ପକାଯିବ।
ବାଲେଶ୍ୱର ସହର ଓ ଅନ୍ୟ ULB ଅଞ୍ଚଳରେ ଭାରୀ ଟ୍ରକ୍ ପ୍ରବେଶ ସଂପୂର୍ଣ୍ଣ ନିଷିଦ୍ଧ।
ଆବର୍ଜନା ଖୋଲା ଜଳାଇବା, ଢାବାରେ କୋଇଲା ଜଳାଇବା ଏବଂ ଯେକୌଣସି ପ୍ରକାର ଖୋଲା ଅଗ୍ନି ସଂପୂର୍ଣ୍ଣ ନିଷିଦ୍ଧ।
ଉପଜିଲାପାଳ, ବାଲେଶ୍ୱର/ନୀଳଗିରି ଏବଂ ଆରଟିଓ, ବାଲେଶ୍ୱର ପକ୍ଷରୁ କୋଇଲା, ସାନ ଓ ବଡ଼ ଖଣିଜ ଏବଂ ଫ୍ଲାୟ ଆଶ ଭରା ଟ୍ରକ୍‌ମାନଙ୍କ ଦିନରେ ଚଳାଚଳ ଉପରେ ପୃଥକ ନିୟନ୍ତ୍ରଣ ଜାରି କରାଯିବ।
ବିନା ତର୍ପୋଲିନ ଟ୍ରକ୍‌ଗୁଡ଼ିକୁ NH-୧୬, ରାଜ୍ୟ ରାଜପଥ, ଜିଲ୍ଲା ମୁଖ୍ୟ ସଡ଼କ ଓ ଅନ୍ୟାନ୍ୟ ରାସ୍ତାରେ ଚଳାଚଳକୁ ଅନୁମତି ମିଳିବ ନାହିଁ ।
ଯଥୋଚିତ ଅନୁମତି ବିନା କୌଣସି ଇଟାଭାଟି (Brick Kiln Unit) ଚାଲିବ ନାହିଁ।
NHAI ଏବଂ ଜାତୀୟ ରାଜପଥ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସମସ୍ତ ନିର୍ମାଣ ସ୍ଥଳରେ ନିୟମିତ ପାଣି ଛିଟାକୁ ସୁନିଶ୍ଚିତ କରିବେ।

ଆପତ୍ କାଳୀନ ଦୃଷ୍ଟିରେ ଏହି ଆଦେଶ BNSS ଧାରା–୧୬୩(୨) ଅନୁଯାୟୀ ଜାରି କରାଯାଇଛି।
ପୋଲିସ, ପୌରପାଳିକା/ULB, ସମସ୍ତ କାର୍ଯ୍ୟନିର୍ବାହୀ ସଂସ୍ଥା ଏବଂ RTO କୁ କଡାକଡି ପାଳନ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଉପଜିଲାପାଳ, ବାଲେଶ୍ୱର ଓ ନୀଳଗିରି ପକ୍ଷରୁ ପ୍ରତିଦିନ ନିରୀକ୍ଷଣ କରି ଅନୁସରଣ ରିପୋର୍ଟ ଜିଲ୍ଲା ପ୍ରଶାସନକୁ ଦାଖଲ କରାଯିବ।
ଜିଲା ପ୍ରଶାସନ ସମସ୍ତ ନାଗରିକ, ବ୍ୟବସାୟୀ ଓ ସଂପୃକ୍ତ ସଂସ୍ଥାମାନଙ୍କୁ ସାଧାରଣ ହିତ ଓ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ପୂର୍ଣ୍ଣ ସହଯୋଗ କରିବାକୁ ଅନୁରୋଧ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri