Posted inଜାତୀୟ

୧୬ ଲକ୍ଷ ୭୦ ହଜାର ଲୋକଙ୍କ ଜୀବନ ନେଇଛି ପ୍ରଦୂଷଣ

ନୂଆଦିଲ୍ଲୀ,୨୩।୧୨: ପ୍ରଦୂଷଣ ଯୋଗୁ ଭାରତରେ ୨୦୧୯ରେ ୧୬ ଲକ୍ଷ ୭୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଦେଶର ମୋଟ ମୃତ୍ୟୁ ସଂଖ୍ୟାର ଏହା ହେଉଛି ୧୮ ପ୍ରତିଶତ। ଏସମ୍ପର୍କରେ ଦ ଲାସେଣ୍ଟ୍‌ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୭ ତୁଳନାରେ ୨୦୧୯ରେ ପ୍ରଦୂଷଣ ଜନିତ ମୃତ୍ୟୁ ହାର ଅଧିକ ରହିଛି। ୨୦୧୭ରେ ୧୨ ଲକ୍ଷ ୪୦ ହଜାର ଲୋକଙ୍କର ମୃତ୍ୟୁ ପ୍ରଦୂଷଣ ଯୋଗୁ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେତେବେଳେ ଏହା ଦେଶର ମୋଟ ମୃତକଙ୍କ ସଂଖ୍ୟାର ୧୨.୫ ପ୍ରତିଶତ ଥିଲା। ପ୍ରଦୂଷଣ ଯୋଗୁ କ୍ରୋନିକ୍‌ ଅବଷ୍ଟ୍ରକ୍ଟିଭ୍‌ ପୁଲମୋନାରୀ ସମସ୍ୟା, ରେସ୍ପିରାଟୋରୀ ସଂକ୍ରମଣ, ଫୁସ୍‌ଫୁସ୍‌ କର୍କଟ, ହାର୍ଟ ସମସ୍ୟା, ଷ୍ଟ୍ରୋକ୍‌, ଡାଇବେଟିସ୍‌, ସ୍ନାୟୁ ସମସ୍ୟା, କାଟାରାକ୍ଟ ଆଦି ସମସ୍ୟା ବଢ଼ିବାରେ ଲାଗିଛି। ଏହାଯୋଗୁ ଦେଶର ୩୬୮୦ କୋଟି ଡଲାରର କ୍ଷତି ହୋଇଛି। ଯାହାକି ମୋଟ ଜିଡ଼ିପିର ୧.୩୬ ପ୍ରତିଶତ। ପ୍ରଦୂଷଣ ତାଲିକାରେ ନୂଆଦିଲ୍ଲୀ, କୋଲକାତା, ମୁମ୍ବାଇ ଶୀର୍ଷରେ ରହିଛନ୍ତି। ନୂଆଦିଲ୍ଲୀରେ ସ୍ଥିତି ଅଧିକ ସଙ୍କଟ ଜନକ ରହିଛି। ଦିଲ୍ଲୀ ସ୍ଥଳଭାଗ ଦ୍ୱାରା ପରିବେଷ୍ଟିତ ହୋଇଥିବାରୁ ଏଠାକାର ସ୍ଥିତି ଖରାପ ହେବାରେ ଲାଗିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri