Posted inଜାତୀୟ

ଦିଲ୍ଲୀରେ ବଢୁଛି ପ୍ରଦୂଷଣ: ଦଶମ, ଦ୍ୱାଦଶକୁ ଛାଡି ସବୁ କ୍ଲାସ୍‌ ହେବ ଅନଲାଇନ୍‌ରେ ପଢା

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଉଛି। ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଦଶମ ଏବଂ ଦ୍ୱାଦଶ ବ୍ୟତୀତ ସମସ୍ତ ଶ୍ରେଣୀକୁ ଅନଲାଇନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସପ୍ତାହ ଅର୍ଥାତ୍‌ ୧୦ ନଭେମ୍ବର ପର୍ଯ୍ୟନ୍ତ ଏବେ ଦିଲ୍ଲୀରେ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ଯାଇପାରିବେ । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଏହି ନିର୍ଦ୍ଦେଶ ଦିଲ୍ଲୀର ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ପ୍ରଯୁଜ୍ୟ ହେବ। ଗତ ସପ୍ତାହରେ ଦିଲ୍ଲୀ ସରକାର ବାୟୁ ପ୍ରଦୂଷଣ ହେତୁ ଦୁଇ ଦିନ ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ, ବାୟୁ ଗୁଣବତ୍ତାର ଅବନତି ହେତୁ ନଭେମ୍ବର ୧୦ସୁଦ୍ଧା ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଅନଲାଇନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନଭେମ୍ବର ଆରମ୍ଭରେ ଦିଲ୍ଲୀରେବାୟୁ ପ୍ରଦୂଷଣ ବୃଦ୍ଧି ପାଉ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଦିଲ୍ଲୀରେ ନିର୍ଦ୍ଧାରିତ ସୀମାଠାରୁ ପ୍ରାୟ ୧୦୦ ଗୁଣ ଅଧିକ ପ୍ରଦୂଷଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri