ପାଉଁଶ ଡମ୍ପିଂ ଯୋଗୁ ହେଉଛି ପ୍ରଦୂଷଣ

କୁଚିଣ୍ଡା,୭।୬(ଡି.ଏନ୍‌.ଏ.): କୁଚିଣ୍ଡା ବାଇପାସ୍‌ ରାସ୍ତା ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଝାରସୁଗୁଡ଼ା କାରଖାନାରୁ ନିର୍ଗତ ପାଉଁଶ ଡମ୍ପିଂ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଆଖପାଖ ଅଞ୍ଚଳ ପ୍ରଦୂଷିତ ହେବାରୁ ଜନସାଧାରଣ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ବେଆଇନ ପାଉଁଶ ଡମ୍ପିଂ ବନ୍ଦ ନେଇ ପଦକ୍ଷେପ ନେବାକୁ କୁଚିଣ୍ଡା ୱାର୍ଡ ନମ୍ବର ୯ର ଦୁଃଖବନ୍ଧୁ କିଷାନ କୁଚିଣ୍ଡା ତହସିଲଦାରଙ୍କଠାରେ ମଙ୍ଗଳବାର ଅଭିଯୋଗ କରିଛନ୍ତି।
ଦୁଃଖବନ୍ଧୁଙ୍କ ଅଭିଯୋଗକ୍ରମେ ଜାତୀୟ ରାଜପଥ କୁଣ୍ଡାପୋଷି ପେଟ୍ରୋଲ ପମ୍ପ ନିକଟରେ ରହିଥିବା ତାଙ୍କ ଘର ନିକଟରେ ବାମରା ବ୍ଲକ ଜରାବଗା ପଞ୍ଚାୟତ ଅଞ୍ଚଳର ଜଣେ ବ୍ୟକ୍ତି ଝାରସୁଗୁଡ଼ା ଅଞ୍ଚଳର କାରଖାନାରୁ ନିର୍ଗତ ପାଉଁଶ ଆଣି ଦୀର୍ଘଦିନ ହେବ ଏଠାରେ ଡମ୍ପିଂ କରିଆସୁଛନ୍ତି। ବାରମ୍ବାର ମନା କରିବା ସତ୍ତ୍ୱେ ସେ କର୍ଣ୍ଣପାତ କରୁନାହାନ୍ତି। ପବନ ଦ୍ବାରା ପାଉଁଶ ଉଡି ତାଙ୍କ ଘର ଓ ପାଖ ଜମିରେ ପଡୁଛି। କାରଖାନାରୁ ନିର୍ଗତ ପାଉଁଶ ବାହାରେ କିମ୍ବା କୌଣସି ଜନବସତିରେ ପକାଇବା ନିୟମ ବିରୁଦ୍ଧ। ହେଲେ ସମ୍ପୃକ୍ତ ବ୍ୟକ୍ତି ସିଧାସଳଖ ଏନ୍‌ଏସି ଅଞ୍ଚଳର ଜନବସତିରେ ପକାଉଥିବାରୁ ଏଥିରେ ସମସ୍ତେ ପ୍ରଭାବିତ ହେବା ଆଶଙ୍କା ରହିଛି। ତେଣୁ ଏଠାରୁ ବେଆଇନ ଡମ୍ପିଂ ହଟାଇବାକୁ ଦୁଃଖବନ୍ଧୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ପ୍ରସନ୍ନ ଟେଟେଙ୍କୁ ପଚାରିବାରେ ଅଭିଯୋଗ ଉପରେ ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri