ପାଉଁଶ ଡମ୍ପିଂ ଯୋଗୁ ହେଉଛି ପ୍ରଦୂଷଣ

କୁଚିଣ୍ଡା,୭।୬(ଡି.ଏନ୍‌.ଏ.): କୁଚିଣ୍ଡା ବାଇପାସ୍‌ ରାସ୍ତା ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଝାରସୁଗୁଡ଼ା କାରଖାନାରୁ ନିର୍ଗତ ପାଉଁଶ ଡମ୍ପିଂ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଆଖପାଖ ଅଞ୍ଚଳ ପ୍ରଦୂଷିତ ହେବାରୁ ଜନସାଧାରଣ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ବେଆଇନ ପାଉଁଶ ଡମ୍ପିଂ ବନ୍ଦ ନେଇ ପଦକ୍ଷେପ ନେବାକୁ କୁଚିଣ୍ଡା ୱାର୍ଡ ନମ୍ବର ୯ର ଦୁଃଖବନ୍ଧୁ କିଷାନ କୁଚିଣ୍ଡା ତହସିଲଦାରଙ୍କଠାରେ ମଙ୍ଗଳବାର ଅଭିଯୋଗ କରିଛନ୍ତି।
ଦୁଃଖବନ୍ଧୁଙ୍କ ଅଭିଯୋଗକ୍ରମେ ଜାତୀୟ ରାଜପଥ କୁଣ୍ଡାପୋଷି ପେଟ୍ରୋଲ ପମ୍ପ ନିକଟରେ ରହିଥିବା ତାଙ୍କ ଘର ନିକଟରେ ବାମରା ବ୍ଲକ ଜରାବଗା ପଞ୍ଚାୟତ ଅଞ୍ଚଳର ଜଣେ ବ୍ୟକ୍ତି ଝାରସୁଗୁଡ଼ା ଅଞ୍ଚଳର କାରଖାନାରୁ ନିର୍ଗତ ପାଉଁଶ ଆଣି ଦୀର୍ଘଦିନ ହେବ ଏଠାରେ ଡମ୍ପିଂ କରିଆସୁଛନ୍ତି। ବାରମ୍ବାର ମନା କରିବା ସତ୍ତ୍ୱେ ସେ କର୍ଣ୍ଣପାତ କରୁନାହାନ୍ତି। ପବନ ଦ୍ବାରା ପାଉଁଶ ଉଡି ତାଙ୍କ ଘର ଓ ପାଖ ଜମିରେ ପଡୁଛି। କାରଖାନାରୁ ନିର୍ଗତ ପାଉଁଶ ବାହାରେ କିମ୍ବା କୌଣସି ଜନବସତିରେ ପକାଇବା ନିୟମ ବିରୁଦ୍ଧ। ହେଲେ ସମ୍ପୃକ୍ତ ବ୍ୟକ୍ତି ସିଧାସଳଖ ଏନ୍‌ଏସି ଅଞ୍ଚଳର ଜନବସତିରେ ପକାଉଥିବାରୁ ଏଥିରେ ସମସ୍ତେ ପ୍ରଭାବିତ ହେବା ଆଶଙ୍କା ରହିଛି। ତେଣୁ ଏଠାରୁ ବେଆଇନ ଡମ୍ପିଂ ହଟାଇବାକୁ ଦୁଃଖବନ୍ଧୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ପ୍ରସନ୍ନ ଟେଟେଙ୍କୁ ପଚାରିବାରେ ଅଭିଯୋଗ ଉପରେ ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?