ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୧ା୬(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ କରୁଛି ା କାରଖାନାରୁ ବାହାରୁ ଥିବା ଗରମ କୋଇଲା ଧୂଆଁ ଓ ଗୁଣ୍ଡ ଉଡ଼ି ଲୋକମାନେ ତ୍ରାହି ତ୍ରାହି ଡାକୁଛନ୍ତି । ଏହି କାରଖାନା ଆଇନକୁ ଖୋଲାଖୋଲି ଉଲ୍ଲଂଘନ କରିବା ସହ ପରିବେଶ ମଞ୍ଜୁରୀ ନ ଥାଇ ଚାଲିଛି ା ହେଲେ ପ୍ରଶାସନ ନାନା ଅଭିଯୋଗ ପାଇଲେ ମଧ୍ୟ ଚୁପ୍‌ ବସିଛି। ଶ୍ରମିକମାନଙ୍କୁ କାରଖାନାରେ କାମ କରିବାକୁ ପଞ୍ଜିକରଣ କରିବାକୁ ନିୟମ ରହିଥିବା ବେଳେ ଏହି କାରଖାନାରେ ବିନା ପଞ୍ଜିକରଣରେ ଶ୍ରମିକମାନେ କାମ କରୁଥିବା ଅଭିଯୋଗ ହେଉଛି। ଏହାର କର୍ମକର୍ତ୍ତା ସରକାରୀ ଆଇନକୁ ବେଖାତିରି କରି ବିଭିନ୍ନ କଞ୍ଚାମାଲ ବଡ଼ ବଡ଼ ଗାଡ଼ିରେ ଜିଲା ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି। ଅନ୍ୟପକ୍ଷେ ଏହି କାରଖାନାରୁ ପ୍ରତିଦିନ ବାହାରୁ ଥିବା କୋଇଲା ଗୁଣ୍ଡ ଓ ଧୂଆଁରେ ଆଖ ପାଖ ଅଞ୍ଚଳ ପ୍ରଦୂଷିତ ହେଉଥିବା ଅଞ୍ଚଳବାସୀ କହିଛନ୍ତି। ସେଥିପାଇଁ ସେମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ଅଭିଯୋଗ କରିଛନ୍ତି ା ଏପରି କି ସ୍ଥାନୀୟ ଲୋକଙ୍କ ଚାଷ ଜମି ଉପରେ କୋଇଲା ଗୁଣ୍ଡର ଆସ୍ତରଣ ଜମିଥିବାରୁ ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇପଡିଛି। ସ୍ଥାନୀୟ ଜନସାଧାରଣ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଉପରେ ଏହାର ପ୍ରଭାବ ପକାଉଛି। ଏ ସଂକ୍ରାନ୍ତରେ ମୁଣ୍ଡସାହିର ଗ୍ରାମବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୋଣସି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି କହିଛନ୍ତି। ସରକାର ନିୟମ ଅନୁଯାୟୀ କୌଣସି ସ୍ଥାନରେ ଶିଳ୍ପ କାରଖାନା ପ୍ରତିଷ୍ଠା ପୂର୍ବରୁ ପ୍ରଥମେ ଜନଶୁଣାଣୀର ଆୟୋଜନ କରାଯାଇଥାଏ ା ସ୍ଥାନୀୟ ସରପଞ୍ଚଙ୍କଠାରୁ ଆପତ୍ତି ବିହୀନ ପ୍ରମାଣ ପତ୍ର ଗ୍ରହଣ କରିବା ପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଠାରୁ ପରିବେଶ ସଂକ୍ରାନ୍ତ ଅନୁମତି ପତ୍ର ଆଣିବାକୁ ପଡିଥାଏ। କିନ୍ତୁ ଏହି କାରଖାନା ସବୁ ନୀତିନିୟମକୁ ଉଲ୍ଲଂଘନ କରି ଶ୍ରୀଜଗନ୍ନାଥଙ୍କ ଜମି (ଖାତା ନଂ. ୬୩ ପ୍ଲଟନଂ. ୫୯୮/୧୩୨୦)ରେ ଚାଲୁଛି। ଏ ସଂକ୍ରାନ୍ତରେ ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କୁ ପଚାରିବାରୁ ଏ ବିଷୟରେ ଜାଣି ନ ଥିଲି ା ତୁରନ୍ତ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। କଳିଙ୍ଗ ନଗର ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ ଅଧିକାରୀ ପ୍ରମୋଦ କୁମାର ବେହେରାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରିନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri