ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୨ା୬(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ କରୁଛି ା କାରଖାନାରୁ ବାହାରୁ ଥିବା ଗରମ କୋଇଲା ଧୂଆଁ ଓ ଗୁଣ୍ଡ ଉଡ଼ି ଲୋକମାନେ ତ୍ରାହି ତ୍ରାହି ଡାକୁଛନ୍ତି । ଏହି କାରଖାନା ଆଇନକୁ ଖୋଲାଖୋଲି ଉଲ୍ଲଂଘନ କରିବା ସହ ପରିବେଶ ମଞ୍ଜୁରୀ ନ ଥାଇ ଚାଲିଛି ା ହେଲେ ପ୍ରଶାସନ ନାନା ଅଭିଯୋଗ ପାଇଲେ ମଧ୍ୟ ଚୁପ୍‌ ବସିଛି। ଶ୍ରମିକମାନଙ୍କୁ କାରଖାନାରେ କାମ କରିବାକୁ ପଞ୍ଜିକରଣ କରିବାକୁ ନିୟମ ରହିଥିବା ବେଳେ ଏହି କାରଖାନାରେ ବିନା ପଞ୍ଜିକରଣରେ ଶ୍ରମିକମାନେ କାମ କରୁଥିବା ଅଭିଯୋଗ ହେଉଛି। ଏହାର କର୍ମକର୍ତ୍ତା ସରକାରୀ ଆଇନକୁ ବେଖାତିରି କରି ବିଭିନ୍ନ କଞ୍ଚାମାଲ ବଡ଼ ବଡ଼ ଗାଡ଼ିରେ ଜିଲା ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି। ଅନ୍ୟପକ୍ଷେ ଏହି କାରଖାନାରୁ ପ୍ରତିଦିନ ବାହାରୁ ଥିବା କୋଇଲା ଗୁଣ୍ଡ ଓ ଧୂଆଁରେ ଆଖ ପାଖ ଅଞ୍ଚଳ ପ୍ରଦୂଷିତ ହେଉଥିବା ଅଞ୍ଚଳବାସୀ କହିଛନ୍ତି। ସେଥିପାଇଁ ସେମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ଅଭିଯୋଗ କରିଛନ୍ତି ା ଏପରି କି ସ୍ଥାନୀୟ ଲୋକଙ୍କ ଚାଷ ଜମି ଉପରେ କୋଇଲା ଗୁଣ୍ଡର ଆସ୍ତରଣ ଜମିଥିବାରୁ ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇପଡିଛି। ସ୍ଥାନୀୟ ଜନସାଧାରଣ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଉପରେ ଏହାର ପ୍ରଭାବ ପକାଉଛି। ଏ ସଂକ୍ରାନ୍ତରେ ମୁଣ୍ଡସାହିର ଗ୍ରାମବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୋଣସି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି କହିଛନ୍ତି। ସରକାର ନିୟମ ଅନୁଯାୟୀ କୌଣସି ସ୍ଥାନରେ ଶିଳ୍ପ କାରଖାନା ପ୍ରତିଷ୍ଠା ପୂର୍ବରୁ ପ୍ରଥମେ ଜନଶୁଣାଣୀର ଆୟୋଜନ କରାଯାଇଥାଏ ା ସ୍ଥାନୀୟ ସରପଞ୍ଚଙ୍କଠାରୁ ଆପତ୍ତି ବିହୀନ ପ୍ରମାଣ ପତ୍ର ଗ୍ରହଣ କରିବା ପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଠାରୁ ପରିବେଶ ସଂକ୍ରାନ୍ତ ଅନୁମତି ପତ୍ର ଆଣିବାକୁ ପଡିଥାଏ। କିନ୍ତୁ ଏହି କାରଖାନା ସବୁ ନୀତିନିୟମକୁ ଉଲ୍ଲଂଘନ କରି ଶ୍ରୀଜଗନ୍ନାଥଙ୍କ ଜମି (ଖାତା ନଂ. ୬୩ ପ୍ଲଟନଂ. ୫୯୮/୧୩୨୦)ରେ ଚାଲୁଛି। ଏ ସଂକ୍ରାନ୍ତରେ ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କୁ ପଚାରିବାରୁ ଏ ବିଷୟରେ ଜାଣି ନ ଥିଲି ା ତୁରନ୍ତ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। କଳିଙ୍ଗ ନଗର ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ ଅଧିକାରୀ ପ୍ରମୋଦ କୁମାର ବେହେରାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରିନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri