ବାଲେଶ୍ବର ପରେ ଟ୍ବିନ ସିଟିରେ ଲାଗିଲା କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ…

ଭୁବନେଶ୍ୱର,୬।୧: ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି । କାଲି ବାଲେଶ୍ବର ପାଇଁ କଟକଣା ଜାରି କରାଯାଇଥିବା ବେଳେ ଆଜି ଟ୍ୱିନ୍‌ ସିଟିରେ ଲାଗିଲା କଟକଣା । ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ ରଖାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା କରାଯାଇଛି । ତେବେ ଏହି କଟକଣା କେତେ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

ହୋଟେଲ୍ ଢାବାରେ କାଠ ଓ କୋଇଲା ଜାଳିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଡିପୋ ଓ ଷ୍ଟାଣ୍ଡ୍‌ରେ ନିୟମିତ ବସ୍ ଧୋଇବାକୁ CRUTକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଖୋଲା ସ୍ଥାନରେ ଆବର୍ଜନା ଜାଳିଲେ ୫ହଜାର ଫାଇନ୍‌  । ସ୍କୁଲ୍‌ରେ ମଧ୍ୟାହ୍ନ ଭୋଜନ ପାଇଁ ସ୍ବଚ୍ଛ ଜାଳେଣି ବ୍ୟବହାର ପରାମର୍ଶ  । ଧୂଳି ଉଡୁଥିବା ସ୍ଥାନରେ ପାଣି ସିଞ୍ଚନ ପାଇଁ ବିଏମ୍‌ସିର ନିର୍ଦ୍ଦେଶ ଦେଇଛି ।

ପ୍ରକାଶଥାଉକି, ସୋମବାର ବାଲେଶ୍ବରରେ ସାତଦିନ ପାଇଁ କଟକଣା ଜାରି କରାଯାଇଥିଲା । ପ୍ରତିଦିନ ସନ୍ଧ୍ୟା ୬.୦୦ ରୁ ପ୍ରଭାତ ୧୦.୦୦ ପର୍ଯ୍ୟନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ନିଷିଦ୍ଧ ଘୋଷଣା କରାଯାଇଥିଲା । ପୌରପାଳିକା/ULB ଓ NHAI ପକ୍ଷରୁ ସମସ୍ତ ରାସ୍ତାରେ ଦିନକୁ ଅତି କମରେ ୩ ଥର ପାଣି ପକାଇବା ନେଇ କୁହାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri