Posted inଜାତୀୟ

ଦିଲ୍ଲୀରେ ବଢ଼ୁଛି ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୨୪।୧୦: ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଲଗାତର ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ଅର୍ଥାତ୍‌ ଅକ୍ଟୋବର ୨୪ରେ ରବିବାର ତୁଳନାରେ ଦିଲ୍ଲୀ ଓ ନୋଏଡାରେ ପ୍ରଦୂଷଣ ସ୍ତର ଅଧିକ ବୃଦ୍ଧି ପାଇଛି। ଦିଲ୍ଲୀର ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୨୭୬ ରହିଥିବା ବେଳେ ନୋଏଡାରେ ବାୟୁମାନ ସୂଚକାଙ୍କ ୩୧୯ରେ ପହଞ୍ଚିଥିବା କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ତଥ୍ୟରୁ ଜଣାପଡ଼ିଛି। ଦୀପାବଳି ପୂର୍ବରୁ ଦିଲ୍ଲୀର ବାୟୁ ପ୍ରଦୂଷଣ ୭ ବର୍ଷରେ ସର୍ବନିମ୍ନ ରେକର୍ଡ କରାଯାଇଛି। ଏଥିରୁ ଅନୁମାନ କରାଯାଉଛି ଯେ, ରାତିରେ ଦୀପାବଳୀରେ ଲୋକମାନେ ବାଣ ଫୁଟାଇବା ପରେ ପ୍ରଦୂଷଣ ଆହୁରି ବଢ଼ିପାରେ। ସାଧାରଣତଃ ଏକ୍ୟୁଆଇ ଶୂନରୁ ୫୦ ମଧ୍ୟରେ ରହିଲେ ଏହାକୁ ଉତ୍ତମ ବିବେଚନା କରାଯାଉଥିବା ବେଳେ ୫୧ରୁ ୧୦୦କୁ ସନ୍ତୋଷଜନକ, ୧୦୧ରୁ ୨୦୦କୁ ମଧ୍ୟମ ଏବଂ ୨୦୧ରୁ ୩୦୦କୁ ନିମ୍ନମାନର, ୩୦୧ରୁ ୪୦୦କୁ ଅତ୍ୟନ୍ତ ନିମ୍ନମାନର ଏବଂ ୪୦୧ରୁ ୫୦୦କୁ ଗମ୍ଭୀର ଧରାଯାଇଥାଏ। ଦୀପାବଳିରେ ବାଣ ନ ଫୁଟିଲେ ମଧ୍ୟ ଦିଲ୍ଲୀର ବାୟୁ ଅତ୍ୟନ୍ତ ନିମ୍ନ ମାନକୁ ଖସିପାରେ ଏବଂ ବାଣ ଫୁଟାଗଲେ ଏହା ଗମ୍ଭୀର ସ୍ଥିତିକୁ ଆସିପାରେ ବୋଲି ଭୂବିଜ୍ଞାନ ମନ୍ତ୍ରଣାଳୟ ଅଧୀନରେ ଥିବା ଏସ୍‌ଏଏଫ୍‌ଏଆର୍‌ (ସିଷ୍ଟମ ଅଫ୍‌ ଏୟାର କ୍ୱାଲିଟି ଆଣ୍ଡ୍‌ ଓ୍ବେଦର ଫୋରକାଷ୍ଟିଂ ଆଣ୍ଡ୍‌ ରିସର୍ଚ୍ଚ) ପକ୍ଷରୁ ସତର୍କ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri