Posted inଜାତୀୟ

‘ବହୁବିବାହ ଉପରେ ଲଗାଯିବ ବ୍ୟାନ, ଶୀଘ୍ର ବିଲ୍‌ ଆଣିବେ ସରକାର’: ହିମନ୍ତ ବିଶ୍ୱଶର୍ମାଙ୍କ ଘୋଷଣା

ଗୁଆହାଟୀ,୧୩।୭: ଦେଶସାରା ୟୁନିଫର୍ମ ସିଭିଲ କୋର୍ଡ (ୟୁସିସି)କୁ ନେଇ ହେଉଥିବା ଚର୍ଚ୍ଚାକୁ ନେଇ ଲକ୍ଷ ଲକ୍ଷ ଲୋକ ସେମାନଙ୍କ ମତାମତ ଦେଉଛନ୍ତି। ସେପଟେ ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ୟୁସିସି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ସେ ପୂର୍ବରୁ ୟୁସିସିର ସମର୍ଥନରେ ଅଛନ୍ତି। ଏହା ବ୍ୟତୀତ ଆସାମ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ତୁରନ୍ତ ପ୍ରଭାବରେ ରାଜ୍ୟରେ ବହୁବିବାହ ୟଉପରେ ପ୍ରତିବନ୍ଧକ ଲଗାଇବାକୁ ଚାହୁଁଛନ୍ତି।

ଗୁଆହାଟୀରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ହିମନ୍ତ ବିଶ୍ୱ ଶର୍ମା ୟୁସିସି ବିଷୟରେ ଉଲ୍ଲେଖ କରିଛନ୍ତି। ଯେଉଁଥିରେ ସେ କହିଛନ୍ତି, ସଂସଦ ୟୁସିସିର ନିଷ୍ପତ୍ତି ନେବ। ରାଜ୍ୟମାନେ ମଧ୍ୟ ଏଥିରେ ସହଯୋଗ କରିବେ। ୟୁସିସିରେ ଅନେକ ପ୍ରସଙ୍ଗ ରହିଛି, ଆଇନ ଆୟୋଗ ଏବଂ ସଂସଦୀୟ କମିଟି ଏହାର ସମୀକ୍ଷା କରୁଛନ୍ତି। ଆମେ ଏହା କହିସାରିଛୁ ଯେ, ଆମେ ୟୁସିସି ସମର୍ଥନରେ ଅଛୁ। ତୁରନ୍ତ ଆସାମରେ ବହୁବିବାହକୁ ବ୍ୟାନ କରିବାକୁ
ଚାହୁଁଛି।

କଂଗ୍ରେସକୁ ଟାର୍ଗେଟ କରି ବିଶ୍ୱଶର୍ମା କହିଛନ୍ତି, କୌଣସି କଂଗ୍ରେସ ନେତା ତାଙ୍କ ଝିଅକୁ କ’ଣ ସେହି ପୁରୁଷକୁ ଦେବେ ଯାହାର ପୂର୍ବରୁ ଦୁଇ ପତ୍ନୀ ଅଛନ୍ତି? ସେମାନେ (କଂଗ୍ରେସ) ମୁସଲମାନ ମହିଳାଙ୍କ ଦୁଃଖ ବୁଝୁନାହାଁନ୍ତି, ସେମାନେ କେବଳ ମୁସଲମାନ ପୁରୁଷଙ୍କ ପାଇଁ କାମ କରନ୍ତି। ଆସନ୍ତା ବିଧାନସଭା ଅଧିବେଶନରେ ବହୁବିବାହକୁ ନିଷିଦ୍ଧ କରିବା ପାଇଁ ଏକ ବିଲ ଆଗତ କରାଯିବ ବୋଲି ସେ କହିଛନ୍ତି। ଯଦି କୌଣସି କାରଣରୁ ଏହି ଅଧିବେଶନରେ ବିଲ୍‌ ନ ଅଣାଯିବ, ତେବେ ଏହାକୁ ଜାନୁୟାରୀରେ ବିଧାନସଭା ଅଧିବେଶନରେ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri