Posted inଜାତୀୟ

‘ବହୁବିବାହ ଉପରେ ଲଗାଯିବ ବ୍ୟାନ, ଶୀଘ୍ର ବିଲ୍‌ ଆଣିବେ ସରକାର’: ହିମନ୍ତ ବିଶ୍ୱଶର୍ମାଙ୍କ ଘୋଷଣା

ଗୁଆହାଟୀ,୧୩।୭: ଦେଶସାରା ୟୁନିଫର୍ମ ସିଭିଲ କୋର୍ଡ (ୟୁସିସି)କୁ ନେଇ ହେଉଥିବା ଚର୍ଚ୍ଚାକୁ ନେଇ ଲକ୍ଷ ଲକ୍ଷ ଲୋକ ସେମାନଙ୍କ ମତାମତ ଦେଉଛନ୍ତି। ସେପଟେ ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ୟୁସିସି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ସେ ପୂର୍ବରୁ ୟୁସିସିର ସମର୍ଥନରେ ଅଛନ୍ତି। ଏହା ବ୍ୟତୀତ ଆସାମ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ତୁରନ୍ତ ପ୍ରଭାବରେ ରାଜ୍ୟରେ ବହୁବିବାହ ୟଉପରେ ପ୍ରତିବନ୍ଧକ ଲଗାଇବାକୁ ଚାହୁଁଛନ୍ତି।

ଗୁଆହାଟୀରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ହିମନ୍ତ ବିଶ୍ୱ ଶର୍ମା ୟୁସିସି ବିଷୟରେ ଉଲ୍ଲେଖ କରିଛନ୍ତି। ଯେଉଁଥିରେ ସେ କହିଛନ୍ତି, ସଂସଦ ୟୁସିସିର ନିଷ୍ପତ୍ତି ନେବ। ରାଜ୍ୟମାନେ ମଧ୍ୟ ଏଥିରେ ସହଯୋଗ କରିବେ। ୟୁସିସିରେ ଅନେକ ପ୍ରସଙ୍ଗ ରହିଛି, ଆଇନ ଆୟୋଗ ଏବଂ ସଂସଦୀୟ କମିଟି ଏହାର ସମୀକ୍ଷା କରୁଛନ୍ତି। ଆମେ ଏହା କହିସାରିଛୁ ଯେ, ଆମେ ୟୁସିସି ସମର୍ଥନରେ ଅଛୁ। ତୁରନ୍ତ ଆସାମରେ ବହୁବିବାହକୁ ବ୍ୟାନ କରିବାକୁ
ଚାହୁଁଛି।

କଂଗ୍ରେସକୁ ଟାର୍ଗେଟ କରି ବିଶ୍ୱଶର୍ମା କହିଛନ୍ତି, କୌଣସି କଂଗ୍ରେସ ନେତା ତାଙ୍କ ଝିଅକୁ କ’ଣ ସେହି ପୁରୁଷକୁ ଦେବେ ଯାହାର ପୂର୍ବରୁ ଦୁଇ ପତ୍ନୀ ଅଛନ୍ତି? ସେମାନେ (କଂଗ୍ରେସ) ମୁସଲମାନ ମହିଳାଙ୍କ ଦୁଃଖ ବୁଝୁନାହାଁନ୍ତି, ସେମାନେ କେବଳ ମୁସଲମାନ ପୁରୁଷଙ୍କ ପାଇଁ କାମ କରନ୍ତି। ଆସନ୍ତା ବିଧାନସଭା ଅଧିବେଶନରେ ବହୁବିବାହକୁ ନିଷିଦ୍ଧ କରିବା ପାଇଁ ଏକ ବିଲ ଆଗତ କରାଯିବ ବୋଲି ସେ କହିଛନ୍ତି। ଯଦି କୌଣସି କାରଣରୁ ଏହି ଅଧିବେଶନରେ ବିଲ୍‌ ନ ଅଣାଯିବ, ତେବେ ଏହାକୁ ଜାନୁୟାରୀରେ ବିଧାନସଭା ଅଧିବେଶନରେ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri