ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ ଇତ୍ୟାଦି ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ପ୍ଲାଷ୍ଟିକ ବଦଳରେ ପରିବେଶକୁ ଖାପ ଖୁଆଇବା ଏବଂ ନଷ୍ଟ ହୋଇପାରୁଥିବା ସାମଗ୍ରୀ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

ନିଷେଧ କରାଯାଇଥିବା ସାମଗ୍ରୀକୁ ବ୍ୟବହାର କଲେ ୫୦୦ରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଘରେ କିମ୍ବା ବ୍ୟକ୍ତିଗତ ଭାବେ ବ୍ୟବହାର କରୁଥିଲେ ୫୦୦ ଟଙ୍କା ଜରିମାନା ଦେବାକୁ ହେବ । ସେହିପରି ଯଦି କୌଣସି ସଂସ୍ଥାରୁ ନିଷେଧ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ମିିଳିବ ସମ୍ପୃକ୍ତ ସଂସ୍ଥାକୁ ୫ ହଜାର ଟଙ୍କା ଜରିମାନା ଦେବାକୁ ହେବ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦ୍ୱାରା ଏହି ଜରିମାନା ଧାର୍ଯ୍ୟ କରାଯିବ। ସ୍ଥାନୀୟ ପୌର ସଂସ୍ଥା କିମ୍ବା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ଏଭଳି ଜରିମାନା ଆଦାୟ କରାଯିବ। ସମଗ୍ର ରାଜ୍ୟରେ ଜୁଲାଇ ପହିଲାରୁ ଏହି କଟକଣା ଜାରି କରାଯିବ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖାତାକୁ ଗଲା ଚଳିତ ବର୍ଷର ଦ୍ୱିତୀୟ କିସ୍ତି କାଳିଆ ଟଙ୍କା

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ଟଙ୍କା ରାଜ୍ୟ ସରକାର ଚାଷୀମାନଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ମୋଟ ୯୨୦...

୧୫ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ

ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ...

ହଜିଯାଉଛି କୌଳିକ ବୃତ୍ତି

ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି...

ଡ୍ୟୁଟିରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜ୍ୟ ସରକାର ଅନୁକମ୍ପା ସହାୟତା ରାଶି ପରିମାଣ ବୃଦ୍ଧି କରିଛନ୍ତି। ଡ୍ୟୁଟିରେ ଥିବା ବେଳେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ୧୦ ଲକ୍ଷ...

ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ନୂଆ ଯୁକ୍ତି:‘ମିଶ୍ରଣ ନିଷ୍ପତ୍ତି କେନ୍ଦ୍ରର’

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ କୌଣସି ସ୍କୁଲ ବନ୍ଦ କରାଯାଉନାହିଁ। ଏହାକୁ ନିକଟସ୍ଥ ସ୍କୁଲ ସହ ମିଶ୍ରଣ କରାଯାଉଛି। ଏହି ମିଶ୍ରଣ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ନୁହେଁ, ବରଂ କେନ୍ଦ୍ର...

ନରସିଂହପୁର ତତ୍କାଳୀନ ରେଞ୍ଜର ନିଲମ୍ବିତ

ଭୁବନେଶ୍ୱର, ୯।୩(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ନରସିଂହପୁର ୱେଷ୍ଟ ରେଞ୍ଜରୁ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତତ୍କାଳୀନ ରେଞ୍ଜ ଅଫିସର ଅଶୋକ କୁମାର ବେହେରାଙ୍କୁ ମଙ୍ଗଳବାର...

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା...

ଆଜିଠାରୁ ଯୁକ୍ତ ୨ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେଉଛି। ୨ ଟି ପର୍ଯ୍ୟାୟରେ ଏହି ମୂଲ୍ୟାୟନ ହେବାକୁ ଥିବା ବେଳେ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ୍‌...

Advertisement
Archives

Model This Week