ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ ଇତ୍ୟାଦି ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ପ୍ଲାଷ୍ଟିକ ବଦଳରେ ପରିବେଶକୁ ଖାପ ଖୁଆଇବା ଏବଂ ନଷ୍ଟ ହୋଇପାରୁଥିବା ସାମଗ୍ରୀ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

ନିଷେଧ କରାଯାଇଥିବା ସାମଗ୍ରୀକୁ ବ୍ୟବହାର କଲେ ୫୦୦ରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଘରେ କିମ୍ବା ବ୍ୟକ୍ତିଗତ ଭାବେ ବ୍ୟବହାର କରୁଥିଲେ ୫୦୦ ଟଙ୍କା ଜରିମାନା ଦେବାକୁ ହେବ । ସେହିପରି ଯଦି କୌଣସି ସଂସ୍ଥାରୁ ନିଷେଧ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ମିିଳିବ ସମ୍ପୃକ୍ତ ସଂସ୍ଥାକୁ ୫ ହଜାର ଟଙ୍କା ଜରିମାନା ଦେବାକୁ ହେବ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦ୍ୱାରା ଏହି ଜରିମାନା ଧାର୍ଯ୍ୟ କରାଯିବ। ସ୍ଥାନୀୟ ପୌର ସଂସ୍ଥା କିମ୍ବା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ଏଭଳି ଜରିମାନା ଆଦାୟ କରାଯିବ। ସମଗ୍ର ରାଜ୍ୟରେ ଜୁଲାଇ ପହିଲାରୁ ଏହି କଟକଣା ଜାରି କରାଯିବ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri