ଜଗତ୍‌ସିଂହପୁର, ପାରାଦୀପରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୨୧ା୨:୨୦୧୯ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଛନ୍ତି। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜଗତ୍‌ସିଂହପୁର ଜିଲାରେ ପ୍ରହସନ ପାଲଟିଛି। ବିଭିନ୍ନ ଦୋକାନ, ବଜାରରେ ପଲିଥିନ୍‌ ଖୁଲମଖୁଲା ବିକ୍ରି ଚାଲିଛି। ଏଥିମଧ୍ୟରେ ଉପରଠାଉରିଆ ଭାବେ କଁା ଭଁା ଜଗତ୍‌ସିଂହପୁର ଓ ପାରାଦୀପ ପୌରାଞ୍ଚଳରେ ଚଢାଉ କରାଯାଉଛି। ହେଲେ ପଲିଥିନ ବିକ୍ରି ଉପରେ ଅଙ୍କୁଶ ଲାଗି ପାରିନାହିଁ। ଯାହାକି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୩୦ରେ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା ଯେଉଁ ପଲିଥିନ୍‌ଗୁଡିକ ଠିକ୍‌ ଭାବେ ନଷ୍ଟ ଅର୍ଥାତ୍‌ ଖତ ହୋଇପାରୁଛି ସେଗୁଡିକ ବ୍ୟବହାର ଉପଯୋଗୀ। ଅବଶିଷ୍ଟ ପଲିଥିନ ବ୍ୟବହାର ଉପଯୋଗୀ ନୁହେଁ। ତେଣୁ ଏହି ପଲିଥିନ୍‌ଗୁଡିକର ଉତ୍ପାଦନ ହୋଇପାରିବ ନାହିଁ। ଯଦି କେଉଁଠି ରହିଯାଇଥିବ ତେବେ ତାହା କିଣା, ବିକା ହୋଇପାରିବ ନାହିଁ। ଅର୍ଥାତ୍‌ ଏହି ପଲିଥିନ ଉପରେ ଅଙ୍କୁଶ ଲଗାଯାଇଥିଲା। ଏପରି କି ପ୍ଲାଷ୍ଟିକ ଥାଳି, ଚାମଚ, ଗିନା, କପ୍‌, ପ୍ଲେଟ୍‌, ଗ୍ଲାସ୍‌ ଆଦି ମଧ୍ୟ ବ୍ୟବହାର ହୋଇପାରିବନାହିଁ। ଯେଉଁ ପଲିଥିନ୍‌ର ସ୍ଥଳତା (ଥିକ୍‌ନେସ୍‌) ୫୦ ମାଇକ୍ରନ୍‌ ତଳକୁ ଥିବ ତାହା ବ୍ୟବହାର ଉପଯୋଗୀ ନୁହେଁ। କେବଳ କ୍ଷୀର କିମ୍ବା ଅନ୍ୟ ଔଷଧୀୟ ସାମଗ୍ରୀ ରଖିବାକୁ ଉପଯୁକ୍ତ ମାନର ପଲିଥିନ୍‌ ବ୍ୟବହାର କରାଯାଇପାରେ। ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲେ ସୁଦ୍ଧା ଜିଲାରେ ଏହା ପାଳନ କରାଯାଉନାହିଁ। ବିଶେଷକରି ଜିଲା ମୁଖ୍ୟାଳୟ ଜଗତ୍‌ସିଂହପୁର ଓ ପାରାଦୀପ ପୌରାଞ୍ଚଳ ସହରରେ ଅବାଧରେ ପଲିଥିନ ବିକ୍ରି ଚାଲିଛି। ପାନ ଦୋକାନଠାରୁ, ରାଶନ, ଷ୍ଟେସନାରୀ ଓ ଜଳଖିଆ ଆଦି ପ୍ରାୟ ଦୋକାନରେ ପଲିଥିନ୍‌ ଖୋଲା ଖୋଲି କାରବାର ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଯେତେବେଳେ ପଲିଥିନ୍‌ ବ୍ୟାନ୍‌ ଘୋଷଣା କଲେ ସେତେବେଳେ କିଛିଦିନ ଏହାର ବ୍ୟବହାର ଉପରେ ଅଙ୍କୁଶ ଲଗାଯାଇଥିଲା। ପରବର୍ତ୍ତୀ ସମୟରେ ଧୀରେ ଧୀରେ ପୂର୍ବପରି ପଲିଥିନ୍‌ ବ୍ୟବହାର ହେବାରେ ଲାଗିଛି। ବଡ କଥା ହେଲା ଜିଲାରେ ପଲିଥିନ୍‌ ଉତ୍ପାଦନ ହେଉନାହିଁ। କଟକରୁ ପ୍ରାୟତଃ ପଲିଥିନ୍‌ ଆସୁଛି। ସରକାର ପଲିଥିନ୍‌ ଉତ୍ପାଦନ ଉପରେ ଅଙ୍କୁଶ ଲଗାଉ ନ ଥିବାରୁ କାରବାର ବନ୍ଦ ହୋଇପାରୁନାହିଁ ବୋଲି କେତେଜଣ ବ୍ୟବସାୟୀ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି। ଅନ୍ୟପକ୍ଷରେ ଜିଲାର ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ପକ୍ଷରୁ ପଲିଥିନ୍‌ ବନ୍ଦ ପାଇଁ ଏନ୍‌ଫୋର୍ସମେଣ୍ଟ କମିଟି ଗଠନ କରାଯାଇଥିଲା। କିନ୍ତୁ କମିଟି ପକ୍ଷରୁ ଆଶାନୁରୂପ ଚଢାଉ କରାଯାଉ ନ ଥିବାରୁ ପଲିଥିନ୍‌ ପୂର୍ବପରି ବ୍ୟବହୃତ ହେଉଛି। ଯେତେବେଳେ ଅଭିଯୋଗ ହେଉଛି ସେତେବେଳେ ଉଭୟ ପରିଷଦ ଚେଇଁ ଉଠୁଛନ୍ତି। ଏ ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହଙ୍କୁ ପଚାରିବାରେ ପଲିଥିନ ବ୍ୟାନ କଡାକଡି ଭାବେ ପାଳନ ପାଇଁ ବିଭାଗୀୟ ପତ୍ର ହସ୍ତଗତ ହୋଇଛି। ଖୁବ୍‌ଶୀଘ୍ର ନୂଆ ଏନ୍‌ଫୋର୍ସମେଣ୍ଟ କମିଟି ଗଠନ ପରେ ଚଢାଉ ଯୋରଦାର କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri