ପଲିଥିନ୍‌ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବ

ପଟ୍ଟାମୁଣ୍ଡାଇ,୧୬ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍‌ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼ ପଲିଥିନ ଗ୍ଲାସ ଓ ଥର୍ମୋକୁଲ ଥାଳି, ଗିନା ପଡିଛି। ବଜାରରେ ଏହା ଖୁଲମଖୁଲା ବିକ୍ରି ଓ ବ୍ୟବହାର ହେଉଛି। ହୋଟେଲ, ପାନ ଦୋକାନ, ଜଳଖିଆ ଦୋକାନ, ପନିପରିବା, ତେଜରାତି, ମାଛ, ମାଂସ ଦୋକାନରେ ପଲିଥିନ୍‌ ଓ ଥର୍ମୋକୁଲ ଥାଳି, ଗିନା ବ୍ୟବହାର କରାଯାଉଛି। ଖାଲୁଆ ଜାଗାରେ ପଲିଥିନ୍‌ ପଡ଼ିବା ସହ ଏଣେତେଣେ ଉଡ଼ି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ସର୍ବସାଧାରଣ ରାସ୍ତାରେ ପଲିଥିନ ଜମି ରହିବାରୁ ସେଥିରୁ ଦୁର୍ଗନ୍ଧ ବାହାରୁଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୌର ପ୍ରଶାସନ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଦିନକୁଦିନ ପଲିଥିନ୍‌ ବେପାର ଜମୁଛି। ସକାଳୁ ପୌରସଂସ୍ଥାର ସ୍ବଚ୍ଛ ସବାରି ଗାଡ଼ି ସାହି ଗଳିକନ୍ଦିରେ ବୁଲୁଥିବାବେଳେ ସେଥିରେ ଲାଗିଥିବା ଡ଼ାକବାଜି ଯନ୍ତ୍ରରେ ସ୍ବଚ୍ଛତାକୁ ନେଇ ସଙ୍ଗୀତ ବାଜୁଛି। କିନ୍ତୁ ସହରର ବିଭିନ୍ନ ସ୍ଥାନରେ ଏବେ ପଲିଥିନ ଗ୍ଲାସ ଓ ଥର୍ମୋକୁଲ ଅଳିଆ ଆବର୍ଜନା ପଡ଼ି ରହୁଥିବା ଦେଖିବାକୁ ମିଳୁଛି। ପରିବେଶ ସୁରକ୍ଷା ଆଇନ ଧାରା ୧୫ ଓ ୧୬/୧୯୮୬ ଅନୁଯାୟୀ ୨୦ ମାଲକ୍ରୋନରୁ କମ୍‌ ପଲିଥିନ୍‌ ଆମଦାନୀ, ଗଚ୍ଛିତ ଓ ବିକ୍ରୟ ଅପରାଧ ହୋଇଥିବା ବେଳେ ପ୍ରଦୂଷଣମୁକ୍ତ କରିବାକୁ ପଲିଥିନ ବ୍ୟବହାର ନିଷେଧ ହୋଇଛି। ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପଲିଥିନମୁକ୍ତ ଓ ସଚେତନତା ସୃଷ୍ଟି କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କୁ ପଚାରିବାରୁ ପୌର ପରିଷଦ ପକ୍ଷରୁ ସମସ୍ତ ଦୋକାନୀ ଓ ହୋଲସେଲରମାନଙ୍କୁ ନୋଟିସ୍‌ କରାଯାଇଛି। ଯଦି ନିର୍ଦ୍ଦେଶକୁ କେହି ଅବମାନନା କରନ୍ତି, ତେବେ ଆସନ୍ତା ମାସରେ ସେମାନଙ୍କୁ ଜରିମାନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri