ପୋଖରୀ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ

ଏମ୍‌ଭି ୭୯,୪ା୭(ଡି.ଏନ.ଏ.):  ଗ୍ରାମାଞ୍ଚଳର ପରିବେଶକୁ ସୁନ୍ଦର ସ୍ବଚ୍ଛ କରି ପରିବେଶ ସଂରକ୍ଷଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅମୃତ ସରୋବର ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଗ୍ରାମାଞ୍ଚଳରେ ନୂତନ ପୋଖରୀ ଖନନ ସହ ପୁନରୁଦ୍ଧାର କରାଯାଉଛି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତଣ୍ଡାବାଇ ପଞ୍ଚାୟତ ଅନ୍ତର୍ଗତ ଏମଭି-୭୯ଠାରେ ଏକ ପୋଖରୀ ପୁନରୁଦ୍ଧାର କରାଯାଉଛି। ତେବେ ନିର୍ମିତ କିମ୍ବା ପୁନରୁଦ୍ଧାର ହେଉଥିବା ପୋଖରୀଗୁଡିକର କାର୍ଯ୍ୟର ମାନକୁ ନେଇ ଏବେ ପ୍ରଶ୍ନ ଉଠିଛି। ଗ୍ରାମରେ ଅମୃତ ସରୋବର ଯୋଜନାରେ ସୌନ୍ଦର୍ଯ୍ୟକରଣ କରାଯାଉଥିବା ପୋଖରୀ କାମ ଅତ୍ୟନ୍ତ ନିମ୍ନମାନର ହୋଇଥିବା ଅଭିଯୋଗ କରିଛନ୍ତି। ଠିକାଦାର ଓ ପ୍ରଶାସନିକ ଅଧିକାରୀଙ୍କ ଅବହେଳା ଯୋଗୁ ବ୍ୟୟ ହେଉଥିବା ଅର୍ଥ ପାଣିରେ ପଡିବ ବୋଲି ଗ୍ରାମର ଅଜିତ ବର୍ମନ, ବୁଲେନ କୁଣ୍ଡୁ, ପ୍ରେମ ବାରୋଇ, ସଞ୍ଜୟ କୁଣ୍ଡୁ, ମହାଦେବ ମଣ୍ଡଳ, ଗୋଲକ ରାୟ, ମହାଦେବ ବିଶ୍ବାସଙ୍କ ସମେତ ଗ୍ରାମବାସୀ କହିଛନ୍ତି। ୩୨୬ ନଂ ଜାତୀୟ ରାଜପଥ କଡରେ ଥିବା ଏହି ପୋଖରୀର ନିର୍ମାଣ କାର୍ଯ୍ୟରେ ବାଲି, ଗୋଡ଼ି ଓ ସିମେଣ୍ଟର ଅନୁପାତରେ କମ୍‌ କରାଯାଉଛି। ଶନିବାର କାର୍ଯ୍ୟକୁ ବିଭିନ୍ନ ଅଧିକାରୀ ବୁଲି ଦେଖିବା ବେଳେ ନିର୍ମାଣ କାର୍ଯ୍ୟ ନେଇ ସ୍ଥାନୀୟ ସରପଞ୍ଚ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକେ ସେମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ନିମ୍ନମାନର କାର୍ଯ୍ୟ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଏହା ପରେ ମଧ୍ୟ ଅଧିକାରୀମାନେ କିଛି ପଦକ୍ଷେପ ନ ନେଇ ନୀରବଦ୍ରଷ୍ଟା ସାଜିଛନ୍ତି। ଏନେଇ ସ୍ଥାନୀୟ କନିଷ୍ଠଯନ୍ତ୍ରୀ ବସନ୍ତ କୁମାର ବେହେରାଙ୍କୁ ପଚାରିବାରୁ ସେ ଏହି କାମ ନିମ୍ନମାନର ହୋଇଥିବା ସ୍ବୀକାର କରିଛନ୍ତି। ଏ ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ...

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

୬ ମାଓବାଦୀ ଗିରଫ

ମାଲକାନଗିରି,୮ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକ୍‌ମା ପୋଲିସକୁ ମିଳିଛି ବଡ଼ ସଫଳତା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲାରୁ ୬ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri