୨.୫ କୋଟି ବ୍ୟୟରେ ହେବ ପୋଖରୀ ଉନ୍ନତିକରଣ

ଦେବଗଡ଼, ୩।୧(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର, ଦେବଗଡ଼ ଆର୍‌ଆଇ ସଞ୍ଜିତ ବେହେରା, ବିଭାଗୀୟ ଏସ୍‌ଡିଓ ଚିତ୍ତରଞ୍ଜନ ନାଏକ, ଅନ୍ୟ ପ୍ରଶାସନିକ ଅଧିକାରୀ, କର୍ମଚାରୀ, ସ୍ଥାନୀୟ ବୁଦ୍ଧିଜୀବୀ ପ୍ରମୁଖ ପହଞ୍ଚତ୍ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡିଛି। ମଙ୍ଗଳବାର ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ ନିଜେ ପୋଖରୀ ଚାରିପଟେ ବୁଲି ଉନ୍ନତିକରଣ କାର୍ଯ୍ୟକୁ ତଦାରଖ କରିବା ସହିତ କାମକୁ ଶୀଘ୍ର ସାରିବା ପାଇଁ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଦେବରାଜ ହେମ୍ରମ ଓ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଉକ୍ତ ପୋଖରୀ ମୋଟ ୭ ଏକର ୩୨ ଡିସିମିଲ ଏରିଆ ଥିବାବେଳେ କିଛି ଏରିଆ ସ୍ଥାନୀୟ ଲୋକେ ଜବରଦଖଲ କରିଛନ୍ତି। ପୂର୍ବତନ ପୌରାଧ୍ୟକ୍ଷଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଏହି ପୋଖରୀକୁ ଜବରଦଖଲ କରିଛନ୍ତି। ସ୍ଥାନୀୟ ଲୋକେ ୨ଏକରରୁ ଊର୍ଦ୍ଧ୍ୱ ଜବରଦଖଲ କରିଛନ୍ତି। ସେଥିରେ ଘର, ବଗିଚା କରିଦେଇଥିବା ଦେଖିବାକୁ ମିଳିଛି। ଜବରଦଖଲ ହୋଇଥିବା ପୋଖରୀ ଜାଗାର ମୂଲ୍ୟ ଆନୁମାନିକ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ। ପୋଖରୀ ଉନ୍ନତିକରଣ ଲାଗି ପ୍ରଶାସନର ଜବରଦଖଲ ଉଚ୍ଛେଦ କାର୍ଯ୍ୟକୁ ଜଣସାଧାରଣ ସ୍ବାଗତ ଜଣାଇଛନ୍ତି।
ସହର ମଧ୍ୟସ୍ଥଳୀରେ ଥିବା ଏହି ପୋଖରୀ ପୂର୍ବରୁ ଜଳସ୍ରୋତ ପ୍ରଚୁର ଥିବାରୁ ଆଖପାଖ ସାହିବାସିନ୍ଦାଙ୍କ କେବେ ବି ପାଣିର ଅସୁବିଧା ହେଉ ନ ଥିଲା। କିନ୍ତୁ ଦୀର୍ଘ ବର୍ଷ ହେବ ଏହି ପୋଖରୀ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଫଳରେ ସ୍ଥାନୀୟ ବାସିନ୍ଦା ଖରା ମାସରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ବର୍ତ୍ତମାନ ଉକ୍ତ ଷୋହଳ ବଖରି ପୋଖରୀ ଉନ୍ନତିକରଣ ପାଇଁ ୨.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆସିଛି। ସହରବାସୀ ଖୁସି ଥିବାବେଳେ ଉକ୍ତ ପୋଖରୀ କାମ ଶେଷ ହୋଇପାରୁନି। ଆଗକୁ ଖରା ମାଡ଼ି ଆସୁଛି। ହେଲେ କାମଟି ଶୀଘ୍ର ଶେଷ ହେଲେ ସ୍ଥାନୀୟ ଲୋକେ ଉପକୃତ ହେବେ। ଉକ୍ତ କଟା ପୁନଃଉଦ୍ଧାର ସହ ୱାଟର ପାର୍କ ଓ ବହୁ କିଛି ଉନ୍ନତିକରଣ କରାଯିବାର ଯୋଜନା ରହିଛି। ଜବରଦଖଲ କରିଥିବା ଲୋକଙ୍କୁ ତୁରନ୍ତ ହଟାଯାଇ ପୋଖରୀ ଉନ୍ନତିକରଣ ଶେଷ କରାଯାଉ। ଆବଶ୍ୟକ ହେଲେ ଜବରଦଖଲକାରୀଙ୍କ ପାଇଁ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସାଧାରଣରେ ଦାବି ହେଉଛି। ଏହି ପୋଖରୀ ଜାଗା ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ହଟାଇବାକୁ ପୂର୍ବରୁ ଦେବଗଡ଼ ଜିଲା ନାଗରିକ କମିଟି ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri