୨.୫ କୋଟି ବ୍ୟୟରେ ହେବ ପୋଖରୀ ଉନ୍ନତିକରଣ

ଦେବଗଡ଼, ୩।୧(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର, ଦେବଗଡ଼ ଆର୍‌ଆଇ ସଞ୍ଜିତ ବେହେରା, ବିଭାଗୀୟ ଏସ୍‌ଡିଓ ଚିତ୍ତରଞ୍ଜନ ନାଏକ, ଅନ୍ୟ ପ୍ରଶାସନିକ ଅଧିକାରୀ, କର୍ମଚାରୀ, ସ୍ଥାନୀୟ ବୁଦ୍ଧିଜୀବୀ ପ୍ରମୁଖ ପହଞ୍ଚତ୍ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡିଛି। ମଙ୍ଗଳବାର ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ ନିଜେ ପୋଖରୀ ଚାରିପଟେ ବୁଲି ଉନ୍ନତିକରଣ କାର୍ଯ୍ୟକୁ ତଦାରଖ କରିବା ସହିତ କାମକୁ ଶୀଘ୍ର ସାରିବା ପାଇଁ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଦେବରାଜ ହେମ୍ରମ ଓ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଉକ୍ତ ପୋଖରୀ ମୋଟ ୭ ଏକର ୩୨ ଡିସିମିଲ ଏରିଆ ଥିବାବେଳେ କିଛି ଏରିଆ ସ୍ଥାନୀୟ ଲୋକେ ଜବରଦଖଲ କରିଛନ୍ତି। ପୂର୍ବତନ ପୌରାଧ୍ୟକ୍ଷଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଏହି ପୋଖରୀକୁ ଜବରଦଖଲ କରିଛନ୍ତି। ସ୍ଥାନୀୟ ଲୋକେ ୨ଏକରରୁ ଊର୍ଦ୍ଧ୍ୱ ଜବରଦଖଲ କରିଛନ୍ତି। ସେଥିରେ ଘର, ବଗିଚା କରିଦେଇଥିବା ଦେଖିବାକୁ ମିଳିଛି। ଜବରଦଖଲ ହୋଇଥିବା ପୋଖରୀ ଜାଗାର ମୂଲ୍ୟ ଆନୁମାନିକ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ। ପୋଖରୀ ଉନ୍ନତିକରଣ ଲାଗି ପ୍ରଶାସନର ଜବରଦଖଲ ଉଚ୍ଛେଦ କାର୍ଯ୍ୟକୁ ଜଣସାଧାରଣ ସ୍ବାଗତ ଜଣାଇଛନ୍ତି।
ସହର ମଧ୍ୟସ୍ଥଳୀରେ ଥିବା ଏହି ପୋଖରୀ ପୂର୍ବରୁ ଜଳସ୍ରୋତ ପ୍ରଚୁର ଥିବାରୁ ଆଖପାଖ ସାହିବାସିନ୍ଦାଙ୍କ କେବେ ବି ପାଣିର ଅସୁବିଧା ହେଉ ନ ଥିଲା। କିନ୍ତୁ ଦୀର୍ଘ ବର୍ଷ ହେବ ଏହି ପୋଖରୀ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଫଳରେ ସ୍ଥାନୀୟ ବାସିନ୍ଦା ଖରା ମାସରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ବର୍ତ୍ତମାନ ଉକ୍ତ ଷୋହଳ ବଖରି ପୋଖରୀ ଉନ୍ନତିକରଣ ପାଇଁ ୨.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆସିଛି। ସହରବାସୀ ଖୁସି ଥିବାବେଳେ ଉକ୍ତ ପୋଖରୀ କାମ ଶେଷ ହୋଇପାରୁନି। ଆଗକୁ ଖରା ମାଡ଼ି ଆସୁଛି। ହେଲେ କାମଟି ଶୀଘ୍ର ଶେଷ ହେଲେ ସ୍ଥାନୀୟ ଲୋକେ ଉପକୃତ ହେବେ। ଉକ୍ତ କଟା ପୁନଃଉଦ୍ଧାର ସହ ୱାଟର ପାର୍କ ଓ ବହୁ କିଛି ଉନ୍ନତିକରଣ କରାଯିବାର ଯୋଜନା ରହିଛି। ଜବରଦଖଲ କରିଥିବା ଲୋକଙ୍କୁ ତୁରନ୍ତ ହଟାଯାଇ ପୋଖରୀ ଉନ୍ନତିକରଣ ଶେଷ କରାଯାଉ। ଆବଶ୍ୟକ ହେଲେ ଜବରଦଖଲକାରୀଙ୍କ ପାଇଁ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସାଧାରଣରେ ଦାବି ହେଉଛି। ଏହି ପୋଖରୀ ଜାଗା ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ହଟାଇବାକୁ ପୂର୍ବରୁ ଦେବଗଡ଼ ଜିଲା ନାଗରିକ କମିଟି ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri