ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି

ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨ ଏକର ଜମି, ପ୍ରଶାନ୍ତ ହରିଜନଙ୍କ ୧ ଏକର , ରବି ହରିଜନଙ୍କ ୧ ଏକର ଜମି ଉପରେ ଚିକିଟା ମାଟି ମାଡ଼ିଯାଇଛି। ଧାର କରଜ କରି ଫସଲ କରିଥିବା ଚାଷୀ ଏବେ ଋଣ ଶୁଝିବା ଚିନ୍ତାରେ।
ମୌସୁମୀ ବର୍ଷାରେ ଉଧାର କରି ଜମିରେ ଚାଷୀମାନେ ଚାଷ କରିଥିଲେ। ଫସଲ ଭଲ ମଧ୍ୟ ହୋଇଥିଲା। କିନ୍ତୁ ଲଗାଣ ବର୍ଷାରେ ପୋଖରୀ ହୁଡ଼ା ଭାଙ୍ଗିି ଜମିରେ ମାଟି ଚରିଯାଇଛି। ଫଳରେ ଫସଲ ସବୁ ନଷ୍ଟ ହୋଇଯାଇଛି। ଋଣ ଶୁଝିବା ଓ ପରିବାର ଚଳାଇବା ଚିନ୍ତାରେ ଏବେ ଚାଷୀ। ବିଭାଗୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରି କ୍ଷୟକ୍ଷତିର ଆକଳନ କରି ସହାୟତା ଯୋଗାଇଦେବାକୁ କ୍ଷତିଗ୍ରସ୍ତ ଚାଷୀ ଓ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ତେନ୍ତୁଳିଖୁଣ୍ଟି ତହସିଲଦାର ପ୍ରଦୀପ କୁମାର କରଙ୍କୁ ପଚାରିବାରୁ ରାଜସ୍ବ ନିରୀକ୍ଷକଙ୍କୁ ଘଟଣା ସମ୍ପର୍କରେ ଅବଗତ କରିବେ। କୃଷି ବିଭାଗ ଅଧିକାରୀ ଓ ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳକୁ ଯାଇ କେତେ ପରିମାଣରେ ମାଟି ମାଡ଼ିଛି ତାହାର ତଦନ୍ତ କରିବେ। ରିପୋର୍ଟ ଆସିଲେ ସାହାଯ୍ୟ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri