Posted inଖେଳ

ପଣ୍ଟିଂଙ୍କ ପୁରୁଷ ଦଳ ରେକର୍ଡର ସମକକ୍ଷ: ଅଷ୍ଟ୍ରେଲିଆ ମହିଳା ଦଳର କ୍ରମାଗତ ୨୧ତମ ବିଜୟ

ବ୍ରିସ୍‌ବେନ୍‌,୮।୧୦(ଏପି): ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୨୩୨ ରନରେ ପରାସ୍ତ କରି ଏକ ବିରଳ ରେକର୍ଡର ସମକକ୍ଷ ହୋଇଛି। ଅଷ୍ଟ୍ରେଲିଆ ମହିଳା ଦଳ ଏଥିସହ ଦିନିକିଆ ଫର୍ମାଟରେ କ୍ରମାଗତ ୨୧ତମ ବିଜୟ ହାସଲ କରି ରିକି ପଣ୍ଟିଂଙ୍କ ନେତୃତ୍ୱାଧୀନ ଅଷ୍ଟ୍ରେଲିଆ ପୁରୁଷ ଦଳର ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ୨୦୦୩ରେ ପଣ୍ଟିଂ ଦଳ ଏହି ବିରଳ ସଫଳତା ହାସଲ କରିଥିଲା।
ବୁଧବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଇଞ୍ଜୁରି କାରଣରୁ ଅଧିନାୟିକା ମେଗ୍‌ ଲାନିଂ ଓ ତାରକା ଅଲରାଉଣ୍ଡର ଏଲିସ୍‌ ପେରିଙ୍କ ଅନୁପସ୍ଥିତି ସତ୍ତ୍ୱେ ଅଷ୍ଟ୍ରେଲିଆ ବୃହତ୍‌ ବ୍ୟବଧାନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଏହି ମାଇଲଖୁଣ୍ଟ ସ୍ଥାପନ କରିଛି। ପ୍ରଥମେ ବ୍ୟାଟିଂକରି ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୩୨୫ ରନ ସଂଗ୍ରହ କରିଥିଲା। ଜବାବରେ ୨୭ ଓଭରରେ ୯୩ ରନ କରି ଅଲଆଉଟ ହେବା ସହ ଆତ୍ମସମର୍ପଣ କରିଥିଲା। ଅଷ୍ଟ୍ରେଲିଆ ମହିଳା ଦଳର ଏହି ବିଜୟଧାରା ୨୦୧୮ ମାର୍ଚ୍ଚରେ ଭାରତ ବିପକ୍ଷରୁ ଆରମ୍ଭ ହୋଇଥିଲା। ଏଥିରେ ପାକିସ୍ତାନ, ଇଂଲଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ସାମିଲ ରହିଛି। ଏଥିସହ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହି ସିରିଜ ହାତେଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri