Posted inଖେଳ

ପଣ୍ଟିଂଙ୍କ ପୁରୁଷ ଦଳ ରେକର୍ଡର ସମକକ୍ଷ: ଅଷ୍ଟ୍ରେଲିଆ ମହିଳା ଦଳର କ୍ରମାଗତ ୨୧ତମ ବିଜୟ

ବ୍ରିସ୍‌ବେନ୍‌,୮।୧୦(ଏପି): ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୨୩୨ ରନରେ ପରାସ୍ତ କରି ଏକ ବିରଳ ରେକର୍ଡର ସମକକ୍ଷ ହୋଇଛି। ଅଷ୍ଟ୍ରେଲିଆ ମହିଳା ଦଳ ଏଥିସହ ଦିନିକିଆ ଫର୍ମାଟରେ କ୍ରମାଗତ ୨୧ତମ ବିଜୟ ହାସଲ କରି ରିକି ପଣ୍ଟିଂଙ୍କ ନେତୃତ୍ୱାଧୀନ ଅଷ୍ଟ୍ରେଲିଆ ପୁରୁଷ ଦଳର ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ୨୦୦୩ରେ ପଣ୍ଟିଂ ଦଳ ଏହି ବିରଳ ସଫଳତା ହାସଲ କରିଥିଲା।
ବୁଧବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଇଞ୍ଜୁରି କାରଣରୁ ଅଧିନାୟିକା ମେଗ୍‌ ଲାନିଂ ଓ ତାରକା ଅଲରାଉଣ୍ଡର ଏଲିସ୍‌ ପେରିଙ୍କ ଅନୁପସ୍ଥିତି ସତ୍ତ୍ୱେ ଅଷ୍ଟ୍ରେଲିଆ ବୃହତ୍‌ ବ୍ୟବଧାନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଏହି ମାଇଲଖୁଣ୍ଟ ସ୍ଥାପନ କରିଛି। ପ୍ରଥମେ ବ୍ୟାଟିଂକରି ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୩୨୫ ରନ ସଂଗ୍ରହ କରିଥିଲା। ଜବାବରେ ୨୭ ଓଭରରେ ୯୩ ରନ କରି ଅଲଆଉଟ ହେବା ସହ ଆତ୍ମସମର୍ପଣ କରିଥିଲା। ଅଷ୍ଟ୍ରେଲିଆ ମହିଳା ଦଳର ଏହି ବିଜୟଧାରା ୨୦୧୮ ମାର୍ଚ୍ଚରେ ଭାରତ ବିପକ୍ଷରୁ ଆରମ୍ଭ ହୋଇଥିଲା। ଏଥିରେ ପାକିସ୍ତାନ, ଇଂଲଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ସାମିଲ ରହିଛି। ଏଥିସହ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହି ସିରିଜ ହାତେଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri