Posted inଜାତୀୟ

ଆଇଏଏସ୍‌ ଅଫିସର ପୂଜା ସିଂଘଲ ଗିରଫ

ରାଞ୍ଚି,୧୧।୫: ଝାଡଖଣ୍ଡର ଖଣି ସଚିବ ପୂଜା ସିଂଘଲଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ଦୀର୍ଘ ଦିନର ପଚରାଉଚରା ପରେ ଇଡି ଶେଷରେ ତାଙ୍କୁ ଗିରଫ କରିଛି। ମନରେଗା ସ୍କାମ, ଆୟରୁ ଅଧିକ ସମ୍ପତ୍ତି ଓ ଦୁର୍ନୀତି ଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ ପୂଜାଙ୍କୁ କୌଣସି ବି ପରିସ୍ଥିତିରେ ରାଞ୍ଚି ନ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।
ସୂଚନାଯୋଗ୍ୟ ଯେ, ଝାଡଖଣ୍ଡ ସରକାରଙ୍କ ଖଣି ବିଭାଗର ସଚିବ ଥିବା ପୂଜା ସିଙ୍ଘଲଙ୍କ ଘରୁ କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଥିଲା। ଯାହାକୁ ଗଣିବାକୁ ଇଡିକୁ ଟଙ୍କା ମେସିନ ଆଣିବାକୁ ପଡିଥିଲା। ଏହାପରେ ମଙ୍ଗଳବାର ତାଙ୍କୁ ଇଡି ଅଧିକାରୀମାନେ ପାଖାପାଖି ୯ ଘଣ୍ଟାରୁ ଅଧିକ ସମୟ ଧରି ପଚରାଉଚୁରା କରିବା ପରେ ଛାଡି ଦେଇଥିଲେ। ଏହି ସମୟରେ ଇଡିର ପ୍ରତିଟି ଅଭିଯୋଗକୁ ଖଣ୍ଡନ କରିବା ସହ ନିଜକୁ ନିର୍ଦ୍ଦୋଷ ବୋଲି କହିଥିଲେ ଆଇଏଏସ୍‌ ଅଫିସର ପୂଜା । ମନରେଗା ଦୁର୍ନୀତି ମାମଲାରେ ତାଙ୍କର ସମ୍ପୃକ୍ତିକୁ ବି ସେ ଅସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri