ପୁନମଙ୍କ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ, ପରିବାର ନିଖୋଜ

ନୂଆଦିଲ୍ଲୀ,୩।୨: ରହସ୍ୟ ଘେରରେ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ମୃତ୍ୟୁ ଖବର। ତାଙ୍କର ମୃତ୍ୟୁ ଗର୍ଭାଶୟ କ୍ୟାନସରରେ ହୋଇଛି କି ନାହିଁ ତାହା ବି ଏବେ ସନ୍ଦେ ଘେରରେ। ମୃତ୍ୟୁ ପରେ ଗୋଟିଏ ପରେ ଗୋଟିଏ ଆଶ୍ଚର୍ଯ୍ୟଜନକ ଖବର ଶୁଣିବାକୁ ମିଳୁଛି। କାହିଁକି ନା ତାଙ୍କ ପୁରା ପରିବାରଙ୍କ ଫୋନ ସ୍ବିଚଅଫ୍‌ ଆସୁଛି। ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ, ତାଙ୍କ ପରିବାରର କୌଣସି ସଦସ୍ୟଙ୍କୁ ଯୋଗାଯୋଗ କରାଯାଇପାରୁ ନାହିଁ। ଖବର ପ୍ରଚାର ହେବା ପରେ ତାଙ୍କ ଭଉଣୀଙ୍କ ଠାରୁ ଆରମ୍ଭ କରି ଅନ୍ୟ ସଦସ୍ୟଙ୍କ ଫୋନ ସ୍ବିଚଅଫ୍‌ ଆସୁଛି।

ସୂଚନାଥାଉ କି, ପୁନମଙ୍କୁ କିଛିଦିନ ପୂର୍ବରୁ କ୍ୟାନସରର ଲାଷ୍ଟ ଷ୍ଟେଜରେ ଥିବା ସୂଚନା ମିଳିଥିଲା। ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଥିଲା। ପୁନମଙ୍କ ଭଉଣୀ ଏହି ସୂଚନା ଦେଇଥିଲେ। ଏହାପରେ ତାଙ୍କର ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ପୋଷ୍ଟ ଶେୟାର କରାଯାଇଥିଲା। ଯେଉଁଥିରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ଜାଣିବାକୁ ମିଳିଥିଲା। କିନ୍ତୁ ପୋଷ୍ଟ ଶେୟାର କରିବା ପରେ ଯେତେବେଳେ ପୁନମଙ୍କ ଭଉଣୀଙ୍କୁ ଯୋଗାଯୋଗ କରିବା ପାଇଁ ଚେଷ୍ଟା କରାଯାଇଥିଲା ତାଙ୍କର ଫୋନ ଅନରିଚେବଲ ଆସିଥିଲା। କେବଳ ଏତିକି ନୁହେଁ ପୁନମଙ୍କ ଭଉଣୀଙ୍କ ସମେତ ଅନ୍ୟ ପରିବାର ସଦସ୍ୟ ଏବେ ନିଖୋଜ ହୋଇଯାଇଛନ୍ତି। ତାଙ୍କ ଟିମ୍‌ର ୨-୩ଜଣଙ୍କୁ ଯୋଗାଯୋଗ କରାଯିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେମାନଙ୍କ ଫୋନ ମଧ୍ୟ ସ୍ବିଚଅଫ୍‌ ଆସୁଛି। ତେବେ ଏପରି ସ୍ଥିତିରେ ପୁନମଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri