Posted inଜାତୀୟ

ମସ୍କଙ୍କୁ ପୁନାଓ୍ବାଲାଙ୍କ ପରାମର୍ଶ, ଟୁଇଟର ନ କିଣି ଭାରତରେ ନିବେଶ କରିବା ଲାଭଦାୟକ…

ନୂଆଦିଲ୍ଲୀ, ୮।୫ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଟୁଇଟରର ନୂତନ ମାଲିକ ଏଲୋନ ମସ୍କଙ୍କୁ ଭାରତରେ ପୁଞ୍ଜି ବିନିଯୋଗ କରିବାକୁ ପରାମର୍ଶ ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ ଯଦି ଆପଣ ଟୁଇଟର କିଣିବାକୁ ଚାହୁଁନାହାଁନ୍ତି, ତେବେ ସେହି ପୁଞ୍ଜିରୁ କିଛି ଅଂଶକୁ ଭାରତରେ ବିନିଯୋଗ କରିବା ସହିତ ଉଚ୍ଚମାନର ଟେସଲା କାର ନିର୍ମାଣ କରିବାକୁ ଚିନ୍ତା କରନ୍ତୁ। ପୁନାୱାଲା ଏହା ମଧ୍ୟ କହିଛନ୍ତି ଯେ ଏହା ଆପଣଙ୍କର ସର୍ବୋତ୍ତମ ନିବେଶ ହେବ।

ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଅଧିଗ୍ରହଣ ବିଷୟରେ ନିକଟରେ ଘୋଷଣା କରିଥିବା ବିଲିୟନେୟାର ଏଲୋନ ମସ୍କ ଏହି ଚୁକ୍ତି ପାଇଁ ନିବେଶକଙ୍କ ଠାରୁ ୭ ବିଲିୟନ ଡଲାରରୁ ଅଧିକ ସଂଗ୍ରହ କରିବାରେ ସଫଳ ହୋଇଛନ୍ତି। ମସ୍କରଙ୍କ ନିବେଶ ପ୍ରସ୍ତାବର ଅଂଶ ହେବାକୁ ପ୍ରସ୍ତୁତ ନିବେଶକମାନଙ୍କ ମଧ୍ୟରେ ଓରାକଲ ସହ-ପ୍ରତିଷ୍ଠାତା ଲ୍ୟାରି ଏଲିସନ ମଧ୍ୟ ଅଛନ୍ତି ।

ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନଙ୍କୁ ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ ସେକ୍ୱୋଆ କ୍ୟାପିଟାଲ ପାଣ୍ଠି ଟୁଇଟର ଅଧିଗ୍ରହଣ ଚୁକ୍ତିରେ ୮୦ କୋଟି ଡଲାର୍‌ ଏବଂ ଭିକ୍ୟାପିଟାଲ ୭୦ କୋଟି ଡଲାର୍‌ ପ୍ରଦାନ କରିଛି। ତେବେ ଏକ ବିଲିୟନ( ଶହେ କୋଟି) ଡଲାର ବିନିଯୋଗ କରିବାକୁ ରାଜି ହୋଇଥିବା ଏଲିସନ ଆଗରେ ଅଛନ୍ତି। ଆଲିସନ ମସ୍କଙ୍କ କମ୍ପାନୀ ଟେସଲାର ନିର୍ଦ୍ଦେଶକ ବୋର୍ଡରେ ମଧ୍ୟ ଅଛନ୍ତି। ଏଥିସହ ସାଉଦି କ୍ରାଉନ ପ୍ରିନ୍ସ ଅଲୱାଲିଡ ବିନ ତାଲାଲ ବିନ ଅବଦୁଲାଜିଜ ଆଲସାଉଡ ମସ୍କଙ୍କ ସମର୍ଥନରେ ଟୁଇଟର ଶେୟାର କିଣିବାକୁ ୩.୫ କୋଟି ଡଲାରର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?