Posted inଜାତୀୟ

ପୁଞ୍ଚରେ ତଲାସି ଜୋର୍‌ଦାର: ୩୦ ଅଟକଙ୍କୁ ପଚରାଉଚରା

ଜମ୍ମୁ,୨୩ା୪: ଜମ୍ମୁ-କଶ୍ମୀରର ପୁଞ୍ଚସ୍ଥିତ ମେନ୍ଧାର ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ ୩୦ ଜଣଙ୍କୁ ପଚରାଉଚରା ଲାଗି ଅଟକ ରଖାଯାଇଛି। ଏକ ସେନା ଭ୍ୟାନ୍‌କୁ ବାଟା ଦୋରିୟାର ଘଞ୍ଚ ଜଙ୍ଗଲରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଥିଲେ। ଫଳରେ ଭ୍ୟାନ୍‌ରେ ନିଆଁ ଲାଗିଯିବାରୁ ଆତଙ୍କବାଦ ନିରୋଧୀ ଅପରେଶନରେ ନିୟୋଜିତ ଥିବା ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍‌ର ଲାନ୍ସ ନାଏକ, ଦେବାଶିଷ ବିଶ୍ୱାଳ ଏବଂ ପଞ୍ଜାବର ୪ଜଣ ଯବାନ ଶହୀଦ ହୋଇଥିଲେ। ଏନେଇ ସେନାର କମାଣ୍ଡର ଲୁଟ୍‌ନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ କହିଛନ୍ତି, ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରହିଛି। ଆକ୍ରମଣ ପରେ ବନ୍ଦ ଥିବା ଜମ୍ମୁ-ପୁଞ୍ଚ ଜାତୀୟ ରାଜପଥକୁ ରବିବାର ଯାନବାହନ ଚଳାଚଳ ପାଇଁ ଖୋଲାଯାଇଛି। ପୁଞ୍ଚ ଓ ରାଜୌରି ଜିଲାର ସୀମାନ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋର୍‌ଦାର କରାଯାଇଛି। ଏହି ମାମଲାରେ ଅଦ୍ୟାବଧି ୩୦ ଜଣଙ୍କୁ ଅଟକ ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri