Posted inଜାତୀୟ

‘ଶହୀଦ ଯବାନଙ୍କ ପ୍ରତିଶୋଧ ନିଅ ମୋଦି ସରକାର’, ପୁଞ୍ଛ ଆକ୍ରମଣକୁ ନେଇ ରାଗିଲା ଶିବସେନା-ବିଲାଓ୍ବଲଙ୍କ ଭାରତ ଗସ୍ତକୁ ବିରୋଧ

ମୁମ୍ବାଇ,୨୧।୪: ଜମ୍ମୁ-କଶ୍ମୀରକୁ ଲାଗି ରହିଥିବା ପୁଞ୍ଛ ଜିଲାର ଭିମ୍ବର ଗଳି ଅଞ୍ଚଳରେ ଗୁରୁବାର ୨୦ ଏପ୍ରିଲରେ ଏକ ସେନା ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଫଳରେ ଏଥିରେ ୫ ଭାରତୀୟ ଶହୀଦ ହୋଇଯାଇଥିଲେ। ଏବେ ଏହାକୁ ନେଇ ଶିବସେନା(ଉଦ୍ଧବ ବାଲା ସାହେବ ଠାକରେ) ଶୁକ୍ରବାର ୨୧ ଏପ୍ରିଲରେ ସେନାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଆକ୍ରମଣକୁ ବିରୋଧ କରି ଜମ୍ମୁ-କଶ୍ମୀର ଶିବସେନା ୟୁନିଟ ଜମ୍ମୁରେ ଜୋରଦାର ପ୍ରଦର୍ଶନ କରିଛନ୍ତି। ପ୍ରଦର୍ଶନକାରୀ ପାକିସ୍ତାନର ଜାତୀୟ ପତାକା, ଏହି ଆକ୍ରମଣପାଇଁ ନିଜକୁ ଦାୟୀ କରିଥିବା ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦ/ପିଏଏଫଏଫର  ପୁତ୍ତଳିକା ଦାହ କରିଛନ୍ତି।

ଦଳର ପ୍ରଦେଶ ମୁଖ୍ୟ ମନିଷ ସାହନିଙ୍କ ନେତୃତ୍ୱରେ ଜମ୍ମୁର ରୁପ ନଗରସ୍ଥିତ ପାର୍ଟି କାର୍ଯ୍ୟାଳୟ ନିକଟରେ ଶିବସେନା କର୍ମୀ ଏକାଠି ହୋଇଥିଲେ। ଶିବ ସୈନିକ ପାକିସ୍ତାନକୁ ଟାର୍ଗେଟ କରି ଶହୀଦ ଭାରତୀୟ ଯବାନଙ୍କ ପ୍ରତିଶୋଧ ନେବାକୁ ଦାବି କରିବା ସହ ଜୈଶ-ଏ-ମହମ୍ମଦର ପିଏଫଏଫ ଓ ପାକିସ୍ତାନ ବିରୋଧରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛନ୍ତି। ସାହନି କହିଛନ୍ତି ପାକିସ୍ତାନ ୩ ଥର ସିଧା ସଳଖ ଭାବେ ଭାରତଠାରୁ ଯୁଦ୍ଧରେ ହାରି ସାରିଲାଣି।
ଏହାସହ ସାହନି ଆହୁରି ମଧ୍ୟ ଦାବି କରିଛନ୍ତି କି ଭାରତୀୟ ସେନାଙ୍କୁ ହତ୍ୟା କରିଥିବା ଦେଶରୁ ଆସୁଥିବା ପାକିସ୍ତାନର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋଙ୍କୁ ଭାରତ ମାଟିରେ ପାଦ ରଖିବାକୁ ଅନୁମତି ନ ଦିଅନ୍ତୁ ମୋଦି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?