ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି

ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ବିଧାୟକ ଉମାବଲ୍ଲଭ ରଥଙ୍କ ସମେତ ତିଗିରିଆ ବ୍ଲକ କଂଗ୍ରେସ ସଭାପତି ସୋମନାଥ ଦାସ, ସୁଦର୍ଶନ ସାହୁ ଓ ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ସାପୁଆ ନଦୀକୁ ପଣସପାଟଣା ଅଞ୍ଚଳର କେତେଜଣ ମଦ ବ୍ୟବସାୟୀ ରାସାୟନିକ ପଦାର୍ଥ ଛାଡି ଜଳକୁ ପ୍ରଦୂଷିତ କରୁଛନ୍ତି। ଫଳରେ ସ୍ଥାନୀୟ ଲୋକେ ବିଭିନ୍ନ ରୋଗରେ ପୀଡ଼ିତ ହେଉଛନ୍ତି । ଏହି ବିଷାକ୍ତ ପାଣି ପିଇ ଗୋରୁ ମଧ୍ୟ ଅସୁସ୍ଥ ହେଉଛନ୍ତି। ଏହା ବ୍ୟତୀତ ଗୋଡିଝରିଆ ଅଞ୍ଚଳରେ ୩ ବର୍ଷ ହେବ ବସୁଧା ଯୋଜନାରେ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ ହୋଇଛି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଇଛି। ଏହାସତ୍ତ୍ୱେ ସ୍ଥାନୀୟ ଲୋକେ ଏହାର ସୁଫଳ ପାଉନାହାନ୍ତି। ତୁରନ୍ତ ସେମାନଙ୍କ ନିକଟରେ ପାନୀୟ ଜଳ ପହଞ୍ଚାଇବା ପାଇଁ ପଦକ୍ଷେପ ନେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri