Posted inରାଜ୍ୟ

ଘରୋଇ ସ୍କୁଲ୍‌ରେ ମାଗଣାରେ ପାଠପଢ଼ିବେ ଗରିବ ପିଲା: ୧୮ରେ ଖୋଲିବ ପାରଦର୍ଶୀ ପୋର୍ଟାଲ

ଭୁବନେଶ୍ୱର,୧୪ା୩(ସୁଚିସ୍ମିତା ସାହୁ): ଘରୋଇ ସ୍କୁଲ୍‌ରେ ଗରିବ ପିଲାମାନେ ମାଗଣାରେ ପାଠପଢ଼ିବାକୁ ୨୫% ସିଟ୍‌ ସଂରକ୍ଷିତ ରହିଛି। ସରକାରଙ୍କ ଏହି ବ୍ୟବସ୍ଥାରେ ପାଠପଢ଼ିବା ଲାଗି ଆବେଦନ କରିବାକୁ ମାର୍ଚ୍ଚ ୧୮ରେ ଖୋଲିବ ପାରଦର୍ଶୀ ପୋର୍ଟାଲ। ଏନେଇ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଛାତ୍ରୀଛାତ୍ରଙ୍କ ସୁବିଧାକୁ ଲକ୍ଷ୍ୟ କରି ଏପ୍ରିଲ ୩ ପରିବର୍ତ୍ତେ ଆସନ୍ତା ୧୮ ତାରିଖରେ ପୋର୍ଟାଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ମାର୍ଚ୍ଚ ୩୧ ଯାଏ ସ୍କୁଲଗୁଡ଼ିକର ପଞ୍ଜୀକରଣ ଓ କାଗଜପତ୍ର ଯାଞ୍ଚ ହେବ। ସେହିପରି ମାର୍ଚ୍ଚ ୧୮ରୁ ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟର ଛାତ୍ରୀଛାତ୍ର ପଞ୍ଜୀକରଣ (ଆବେଦନ) କରିପାରିବେ। ଏପ୍ରିଲ ୩ରୁ ୨୩ ତାରିଖ ପର୍ଯ୍ୟନ୍ତ ପିଲାଙ୍କ ପ୍ରଥମ ପର୍ଯ୍ୟାୟ ଆବେଦନର କାଗଜପତ୍ର ଯାଞ୍ଚ ହେବ। ଏପ୍ରିଲ ୨୪ରେ ଲଟେରି ଉଠାଣ ସହିତ ସ୍କୁଲ ଆଲଟ୍‌ମେଣ୍ଟ କରାଯିବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ଏପ୍ରିଲ ୨୫ରୁ ୭ ମେ’ ମଧ୍ୟରେ ବିଦ୍ୟାଳୟଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ନାମଲେଖା କରାଯିବ। ସେହିପରି ମେ’ ୨୬ରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ପଞ୍ଜୀକରଣ କରିବେ ଓ ମେ’ ୨୭ରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇ ପାରିବେ। ଅବଶିଷ୍ଟ ଛାତ୍ରୀଛାତ୍ର ଜୁନ୍‌ ୧୦ରେ କଟ୍‌ ଅଫ୍‌ ତାଲିକାରେ ନାମ ଲେଖାଇପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri