ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀ ପ୍ରାୟ ୪ କିଲୋମିଟର ଚାଲି ଆମ୍ବୁଲାନ୍ସ ନିକଟକୁ ଆସିବା ପରେ ମେଡିକାଲରେ ପହଞ୍ଚି ଥିଲେ।

ସୂଚନା ଅନୁଯାୟୀ, ଗାଁର ପୂର୍ଣ୍ଣ ପ୍ରଧାନୀଙ୍କ ସ୍ତ୍ରୀ ଲିଜା ପ୍ରଧାନୀ ପ୍ରସବ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନା ନେବା ପାଇଁ ଆଶାକର୍ମୀଙ୍କୁ ଖବର ଦିଆଯାଇଥିଲା। କିନ୍ତୁ ଗାଁକୁ ସଂଯୋଗ କରୁଥିବା ରାସ୍ତା ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଥିବାରୁ ଆମ୍ବୁଲାନ୍ସ ଗାଁ ପର୍ଯ୍ୟନ୍ତ ପହଞ୍ଚି ପାରି ନ ଥିଲା। ଫଳରେ କୋରାପୁଟ ଜିଲାର ଜବାଗଡ଼ ଛକ ନିକଟରେ ଗାଁଠାରୁ ପ୍ରାୟ ୪ କିଲୋମିଟର ଦୂରରେ ଆମ୍ବୁଲାନ୍ସ ଅଟକି ରହିଥିଲା। ଏପରି ପରିସ୍ଥିତିରେ ଅନ୍ୟ କୌଣସି ଉପାୟ ନ ଥିବାରୁ ଆଶାକର୍ମୀ ଓ ପରିବାର ଲୋକଙ୍କ ସହଯୋଗରେ ଲିଜା ପ୍ରଧାନୀଙ୍କୁ ୪ କିଲୋମିଟର ଚାଲି ଅଣାଯାଇଥିଲା।

ପରେ ସେଠାରୁ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଖଇରପୁଟ ବ୍ଲକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଅଛି ଓ ଡାକ୍ତର ତାଙ୍କର ଯାଞ୍ଚ କରୁଥିବା ଜଣାପଡିଛି। ଏହି ଘଟଣା ପୁଣିଥରେ ଅଞ୍ଚଳର ରାସ୍ତା ସମସ୍ୟା ଓ ସ୍ବାସ୍ଥ୍ୟସେବା ପହଞ୍ଚିବାରେ ଥିବା ବାଧାକୁ ସାମ୍ନାକୁ ଆଣିଛି। ସ୍ଥାନୀୟ ଲୋକେ ଗାଁକୁ ଯାତାୟାତ ଯୋଗ୍ୟ ରାସ୍ତା ନିର୍ମାଣ ପାଇଁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri