ଗରିବ ଦାସ ମୃତ୍ୟୁ ମାମଲାର ପର୍ଦ୍ଦାଫାଶ

ବେଗୁନିଆପଡ଼ା,୨୩ା୩: ଜାନୁୟାରୀ ୨୯ରେ ଘଟିଥିବା ଗରିବ ଦାଶ ମୃତ୍ୟୁ ଘଟଣାରେ ଏବେ ଚାଞ୍ଚଲ୍ୟକର ଖୁଲାସା ସାମ୍ନାକୁ ଆସିଛି। ଗରିବ ଦାଶଙ୍କ ମୃତ୍ୟ ଆତ୍ମହତ୍ୟା ବୋଲି ଆଶଙ୍କା କରାଯାଉଥିଲା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଏବଂ ଫୋନ କଲ୍‌ ତଥ୍ୟକୁ ଆଧାର କରି ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଜଣାପଡିଛି।

ପ୍ରକାଶ ଯେ, ଜାନୁୟାରୀ ୨୯ ତାରିଖ ରାତିରେ ଅଙ୍ଗାରଗାଁ -ଗିଲିଣ୍ଡା ରାସ୍ତାରେ ଥିବା ଏକ କୂଅରୁ ଗରିବ ଦାଶଙ୍କ କ୍ଷତାକ୍ତ ଗଳିତ ମୃତଦେହ ଜବତ ହୋଇଥିଲା। ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ଜଣାପଡିଥିବା ବେଳେ ପରବର୍ତ୍ତୀ ସମୟରେ ଗରିବଙ୍କ ସ୍ତ୍ରୀଙ୍କ ଉପରେ ସନ୍ଦେହ ଉପୁଜିଥିଲା। ପୋଲିସ ବିଭିନ୍ନ ଦିଗରୁ ଅନୁସନ୍ଧାନ ପରେ ଏହା ଏକ ପ୍ରେମଜନିତ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲେ। ବେଗୁନିଆପଡା ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପୁଣି ଘଟଣା ସ୍ଥଳରେ ପହଞ୍ଚି କୂଅରୁ ମୃତକଙ୍କ ମୋବାଇଲ, ଏବଂ ହତ୍ୟାରେ ବ୍ୟବହୃତ ପଥର ଜବତ କରିଥିଲେ। ଗିରଫ ହୋଇଥିବା ସ୍ତ୍ରୀ ଏବଂ ପ୍ରେମିକକୁ ଦଫା ୩୦୨ ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ନେଇ ଥାନା ଅଧିକାରୀ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri