ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ମିଳିବ ବେଲ୍‌

ଭୁବନେଶ୍ୱର,୨୯।୬(ସତ୍ୟଜିତ୍‌ ରାଉତ): ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ଜାମିନ ମିଳିପାରିବ। ଜେଲରେ ଥିବା ବହୁ ଗରିବ ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଓକିଲଙ୍କୁ ନିୟୋଜିତ କରି ଜାମିନ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଲୋକଙ୍କୁ ଜାମିନ ଦେବା ପାଇଁ ଅଦାଲତଙ୍କୁ ଜେଲ ଅଧୀକ୍ଷକ ଜଣାଇପାରିବେ। ଜୁଲାଇ ୧ରୁ ଲାଗୁ ହେବାକୁ ଥିବା ନୂଆ ଆଇନରେ ଏଭଳି ବ୍ୟବସ୍ଥା କରାଯାଇଛି ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ନୂଆ ଆପରାଧିକ ଆଇନକୁ ନେଇ ସ୍ଥାନୀୟ ଏକ ହୋଟେଲରେ ଏକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଆୟୋଜିତ ହୋଇଥିଲା। ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଡିଜି ସୁଧାଂଶୁ କହିଲେ, ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ହେଉଛି ସ୍ବାଧୀନ ଭାରତର ନିଜସ୍ବ ଆଇନ। ଏଥିରେ ଦୁଇଟି ଭଲ ଦିଗ ରହିଛି। ପ୍ରଥମଟି ହେଲା ତଦନ୍ତ ଓ ନ୍ୟାୟ ପ୍ରଦାନ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ। ଦ୍ୱିତୀୟଟି ହେଲା ବିଭିନ୍ନ ମାମଲାରେ ସମାଧାନ ପାଇଁ ସମୟ ନିର୍ଦ୍ଧାରଣ କରିବା। ପୂର୍ବରୁ ଥିବା ବ୍ୟବସ୍ଥାରେ ନ୍ୟାୟ ପ୍ରଦାନରେ ବିଳମ୍ବ ହେଉଥିଲା। ତାରିଖ ପରେ ତାରିଖ ଗଡି ଚାଲିଥିଲା। ନୂଆ ଆଇନରେ ମାମଲାର ତଦନ୍ତ ଓ ନ୍ୟାୟ ପ୍ରଦାନ ପାଇଁ ନିର୍ଦ୍ଦିଷ୍ଟ ସମୟ ନିର୍ଦ୍ଧାରଣ କରାଯାଇଛି, ଯାହା ନ୍ୟାୟ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ। ତେବେ ନୂଆ ଆଇନକୁ ଭଲ ଭାବେ କାର୍ଯ୍ୟକାରୀ କରିବାକୁ ହେଲେ ଅଧିକ ମାନବ ସମ୍ବଳ ଆବଶ୍ୟକ ହେବ। ପୋଲିସ କର୍ମଚାରୀ ଓ ଆଇନଜୀବୀଙ୍କୁ ନୂଆ ଆଇନ ବିଷୟରେ ପ୍ରଶିକ୍ଷଣ ଦେବାକୁ ହେବ। ଫଳରେ କିଛି ମାସ ମଧ୍ୟରେ ନୂଆ ଆଇନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇପାରିବ। ସେହିପରି ମାମଲାର ତଦନ୍ତ ପ୍ରକ୍ରିୟାକୁ ରେକର୍ଡିଂ କରିବାର ବ୍ୟବସ୍ଥା ଫଳରେ ତଦନ୍ତ ପ୍ରକ୍ରିୟା ଅଧିକ ପ୍ରଭାବୀ ହେବ। ୭ବର୍ଷରୁ କମ୍‌ ଦଣ୍ଡବିଧାନ ବ୍ୟବସ୍ଥା ରହିଥିବା ଛୋଟ ଅପରାଧ ସ୍ବୀକାର କରିବା କ୍ଷେତ୍ରରେ ଦୋଷୀଙ୍କ ଜେଲ ଦଣ୍ଡାଦେଶ ହ୍ରାସ କରିବା ଲାଗି ବ୍ୟବସ୍ଥା ହୋଇଛି। ମହିଳାଙ୍କୁ କାର୍ଯ୍ୟ କ୍ଷେତ୍ରରେ ଯୌନ ନିର୍ଯାତନା, ଶିଶୁ ଓ ମହିଳା ଚାଲାଣ, ଆତଙ୍କବାଦ, ଭିଡ଼ ହିଂସା, ଏସିଡ୍‌ ଆକ୍ରମଣ, ସାଇବର ଅପରାଧ, ବାଲି ମାଫିଆ, ପଥର ମାଫିଆ ଭଳି ସଂଗଠିତ ଅପରାଧ ଓ ଛିନତାଇ ବିରୋଧରେ ଆଇନକୁ କଠୋର କରାଯାଇଛି। ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ଦ୍ୱାରା ଯେକୌଣସି ଥାନାରେ ମାମଲା ରୁଜୁ କରାଯାଇପାରିବ। ପୂର୍ବରୁ ସିଆର୍‌ପିସିରେ ୪୮୪ଟି ଧାରା ରହିଥିଲାବେଳେ ନୂଆ ଆଇନର ଭାରତୀୟ ନାଗରିକ ସୁରକ୍ଷା ସଂହିତାରେ ୫୩୧ଟି ଧାରା ରହିଛି। ଆଇପିସିରେ ୫୧୧ଟି ଧାରାରୁ ଭାରତୀୟ ନ୍ୟାୟ ସଂହିତାରେ ୩୫୮ଟି ଓ ପୁରୁଣା ଇଣ୍ଡିଆନ ଏଭିଡେନ୍ସ ଆକ୍ଟରେ ୧୭୦ଟି ଧାରା ରହିଥିବାବେଳେ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ୧୬୭ ଧାରା ରହିଛି। ନୂଆ ଆଇନ ବିଷୟରେ ଅଧିକ ସଚେତନ ହେବା ପାଇଁ ଷଡ଼ଙ୍ଗୀ ପରାମର୍ଶ ଦେଇଥିଲେ। ସେହିପରି ନୂଆ ଆଇନର ପ୍ରମୁଖ ଉଦ୍ଦେଶ୍ୟ- ଦଣ୍ଡ ଦେବା ନୁହେଁ, ବରଂ ନ୍ୟାୟ ପ୍ରଦାନ କରିବା ବୋଲି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ପିଆଇବି ନିର୍ଦ୍ଦେଶକ ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡର ଆଞ୍ଚଳିକ ମୁଖ୍ୟ ଗିରିଶ ଚନ୍ଦ୍ର ଦାଶ କହିଥିଲେ। ପିଆଇବିର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ସ୍ବାଗତ ଭାଷଣ ଓ ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଧନ୍ୟବାଦ ଅର୍ପଣ କରିଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଓ ପିଆଇବିର ସୂଚନା ଅଧିକାରୀ ସ୍ବାଧୀନ ଶକ୍ତିପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?