ରୋଗୀଙ୍କୁ ନିମ୍ନମାନର ଖାଦ୍ୟ

ଢେଙ୍କାନାଳ ଅଫିସ, ୪।୬: ରୋଗୀସେବାରେ ଅବ୍ୟବସ୍ଥାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ନିମ୍ନମାନର ଖାଦ୍ୟ ଯୋଗାଣକୁ ନେଇ ପୁଣିଥରେ ଚର୍ଚ୍ଚାକୁ ଆସିଛି। ଜିଲାପାଳ ସରୋଜ କୁମାର ସେଠୀ ଖୋଦ୍‌ ଏହାକୁ ଧରିଛନ୍ତି। ଏହାପରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ ଦାୟିତ୍ୱରେ ଥିବା ଠିକାସଂସ୍ଥା ଉପରେ ପ୍ରବଳ ବର୍ଷିଛନ୍ତି। ସମ୍ପୃକ୍ତ ଠିକାସଂସ୍ଥାର ଟେଣ୍ଡର ରଦ୍ଦ କରି ସ୍ବୟଂ ସହାୟକ ଗୋଷ୍ଠୀକୁ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ନିମ୍ନମାନର ଖାଦ୍ୟ ପ୍ରଦାନ କରାଯାଉଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥିଲା। ଏହାର ସତ୍ୟାସତ୍ୟ ପରଖିବା ପାଇଁ ଜିଲାପାଳ ସେଠୀ ଶନିବାର ପୂର୍ବାହ୍ନ ୧୧ଟାରେ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଖାଦ୍ୟର ମାନ ପରଖିବା ବେଳେ ଏହା ଅତି ନିମ୍ନମାନର ବୋଲି ଜଣାପଡ଼ିଥିଲା। ଏହାକୁ ନେଇ ଜିଲାପାଳ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ରୋଗୀଙ୍କୁ ନିମ୍ନମାନର ଖାଦ୍ୟ ପ୍ରଦାନ ଏବଂ ଖାଦ୍ୟ ଯୋଗାଣ ଦାୟିତ୍ୱରେ ଥିବା ଠିକାସଂସ୍ଥା କର୍ମଚାରୀମାନେ ଓ୍ବାର୍ଡ ବାହାରେ ରହି କୁଷ୍ଠ ରୋଗୀଙ୍କ ଉପରକୁ ରୁଟି ଫୋପାଡୁଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସ୍ବାସ୍ଥ୍ୟକେନ୍ଦ୍ର ଖାଦ୍ୟ କମିଟି ସଦସ୍ୟ ସତ୍ୟସ୍ବରୂପ ଦାସ। ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସଙ୍କୁ ଜିଲାପାଳ ତାଗିଦା କରିଛନ୍ତି। ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇଦେବା ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ଦିଗରେ ଯତ୍ନବାନ ହେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଜିଲାପାଳ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରିବା ସହ ରୋଗୀଙ୍କ ସୁବିଧା, ଅସୁବିଧା ବିଷୟରେ ପଚାରି ବୁଝିଥିଲେ। ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri