ରାଷ୍ଟ୍ରୀୟ ନୂଆବର୍ଷରେ ନୂଆ ଯୋଜନାର ଶୁଭାରମ୍ଭ, ଗରିବଙ୍କୁ ମିଳିବ ଘର

ଦାରିଙ୍ଗବାଡ଼ି,୩୦ା୩(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଦ୍ୱାରା ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନି୍ଂସ ମାଧ୍ୟମରେ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମୋଟ୍‌ ୧୫୭ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସହକାରୀ ନିର୍ବାହୀଯନ୍ତ୍ରୀ ସଞ୍ଜୟ ରଥ, କନ୍ଧମାଳ ଏମ୍‌ପିଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଜି. ଉଦୟଗିରି ବିଧାୟକଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି ପିଟର ଦିଗାଲ, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଯୋଗାଣ ନିରୀକ୍ଷକ ନିହାର ବେହେରା ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଯୋଜନା ରାଷ୍ଟ୍ରୀୟ ନୂଆବର୍ଷରେ ଶୁଭାରମ୍ଭ ହୋଇଥିବା ବେଳେ ଏହି ଯୋଜନାରେ ଗରିବ ରେଖା ତଳେ ଥିବା ପ୍ରତ୍ୟେକଟି ହିତାଧିକାରୀଙ୍କ ନିକଟରେ ଯୋଜନା ପହଞ୍ଚିବା ନେଇ ଲକ୍ଷ ରଖାଯାଇଛି। ଏହି ଯୋଜନା ଦିବ୍ୟାଙ୍ଗ, ବିଧବା, ରୋଗାକ୍ରାନ୍ତ, ସହିଦ ପରିବାର, ବନ୍ୟାବାତ୍ୟା, ଘର ପୋଡ଼ି ନଷ୍ଟ,ହାତୀ ଉପଦ୍ରବରେ ଗୃହ ନଷ୍ଟ ଆଦିରେ ପୀଡ଼ିତ ହିତାଧିକାରୀଙ୍କୁ ଅଗ୍ରାଧିକାର ଦିଆଯାଇ ଗୃହ ପାଇଁ ଅନୁଦାନ ମଞ୍ଜୁର କରାଯିବ ବୋଲି ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri